- କୋଭିଡ଼ ଗାଇଡଲାଇନ ନେଇ SRC ପ୍ରଦୀପ ଜେନାଙ୍କ ସୂଚନା
- ରାତି ୯ଟାରୁ ରାଜ୍ୟର ସବୁ ସହରାଞ୍ଚଳରେ ଲାଗୁ ହେବ ନାଇଟ କର୍ଫ୍ୟୁ
- ରାତି ୧୦ଟା ପରିବର୍ତ୍ତେ ରାତି ୯ଟାରୁ ଲାଗୁ ହେବ ନାଇଟ କର୍ଫ୍ୟୁ
- ମାଟ୍ରିକ ଆସେସମେଣ୍ଟ ପରୀକ୍ଷା ଚାଲୁ ରହିବ, କ୍ଲାସ ବନ୍ଦ ରହିବ
- ସମସ୍ତ ସ୍କୁଲ କଲେଜରେ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ କ୍ଲାସ ବନ୍ଦ ରହିବ
- କ୍ଲାସ ବନ୍ଦ ରହିଲେ ବି ଅନଲାଇନ ପାଠପଢ଼ା ଚାଲୁ ରହିବ
- ଦଶମ, ଦ୍ୱାଦଶ ପିଲାଙ୍କ ପାଇଁ ଛୋଟ ଛୋଟ ବ୍ୟାଚ୍ ଡାଉଟ କ୍ଲିୟରିଂ କ୍ଲାସ କରିପାରିବେ
- ହାଟ, ବଜାରରେ ଭିଡ଼ ହ୍ରାସ କରିବାକୁ କହିଲେ ସ୍ୱତନ୍ତ୍ର ରିଲିଫ୍ କମିଶନର
- ଭିଡ଼ ହେଲେ ମଲ୍, ଦୋକାନ ମାଲିକ ଦାୟୀ; ୭ ଦିନ ଯାଏ ବନ୍ଦ କରାଯିବ
- ରାଜନୈତିକ, ଶୈକ୍ଷିକ ସମାବେଶରେ ସର୍ବାଧିକ ୧୦୦ ଲୋକଙ୍କୁ ଅନୁମତି
- ଇଣ୍ଡୋର ହଲରେ କାର୍ଯ୍ୟକ୍ରମ ହେଉଥିଲେ ୫୦% କ୍ଷମତାକୁ ଅନୁମତି
- ପର୍ଯ୍ୟଟନ ସ୍ଥାନରେ ପିକନିକ ସଂପୂର୍ଣ୍ଣ ବାରଣ କରାଯାଇଛି- SRC
- କୌଣସି ହୋଟେଲ, ପାର୍କରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇ ପାରିବନି
- ସ୍କୁଲ, କଲେଜ ପିକନିକ୍, ଏସ୍କର୍ସନ ସଂପୂର୍ଣ୍ଣ ଭାବେ ବାରଣ
- ହୋଟେଲ, ବାର୍ ରାତି ୯ଟା ଯାଏ ଖୋଲା; ୫୦% କ୍ଷମତାରେ ଚାଲିବ
- ରାସ୍ତାକଡ଼ ଦୋକାନ ୯ଟା ଯାଏ ଖୋଲିବ; ସର୍ବାଧିକ ୫ ଜଣ ଗ୍ରାହକ ରହିବେ
- ୧ ହଜାର ଦର୍ଶକଙ୍କୁ ନେଇ ଚାଲିବ ଯାତ୍ରା, ମାଲିକ ନିୟମ କଡ଼ାକଡ଼ି ମାନିବେ
- ସିନେମା ହଲ୍ ୫୦% ସିଟ୍ କ୍ଷମତାରେ ଚାଲିପାରିବ- SRC
- ନନ୍ଦନକାନନ ଆଦି ସ୍ଥାନରେ କ୍ୟୁରେ ଟିକେଟ, ଭିଡ଼ କରିବେନି
- ସରକାରୀ ମିଟିଂ ବା ଟ୍ରେନିଂ କାର୍ଯ୍ୟକ୍ରମରେ ୧୦୦ ଲୋକ ରହିପାରିବେ
- ରାଜ୍ୟର ସମସ୍ତ ସରକାରୀ ଅଫିସ୍ ୫୦ ପ୍ରତିଶତରେ ଚାଲିବ
- ବାହାଘର, ବ୍ରତ ଘରେ ୧୦୦ ଜଣଙ୍କୁ ଅନୁମତି ଓ ଶୁଦ୍ଧିକ୍ରିୟାରେ ୫୦ ଜଣଙ୍କୁ ଅନୁମତି
- ମେହେନ୍ଦୀ ଓ ହଳଦୀ କାର୍ଯ୍ୟକ୍ରମକୁ ବାରଣ
- ବାହାଘର ଶୋଭାଯାତ୍ରାରେ ସର୍ବାଧିକ ୩୦ ଜଣଙ୍କୁ ଅନୁମତି
- ବାହାଘର ଏବଂ ରିସେପ୍ସନ ଛଡ଼ା ଅନ୍ୟ କାର୍ଯ୍ୟକ୍ରମକୁ ଅନୁମତି ନାହିଁ ।
- ରାଜ୍ୟର ସମସ୍ତ ସରକାରୀ ଅଫିସ ୫୦ ପ୍ରତିଶତ କର୍ମଚାରୀରେ ଚାଲିବ ।
- କେନ୍ଦ୍ର ସରକାର ଓ ଘରୋଇ ଅଫିସ ଅଳ୍ପ ଲୋକରେ ଚାଲିବାକୁ କୁହାଯିବ ।