/odishatv-khabar/media/post_attachments/uploadimage/library/16_9/16_9_0/Covid19_1642678484.jpg)
Covid19
ରାଜ୍ୟରେ ସଂକ୍ରମଣ ହାର କମିବାରେ ଲାଗିଛି । ରାଜ୍ୟରେ ଆଜି ୭ ହଜାର୪୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରେ କ୍ୱାରେଣ୍ଟିନରୁ ୪ ହଜାର ୩୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଥିବା ବେଳେ ଲୋକାଲ୍ କେସ୍ ୩ ହଜାର ୧୨୦ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୮୬୭ ଚିହ୍ନଟ ହୋଇଛନ୍ତି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୧ ହଜାର୯୫୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦର ଗଡ଼ରୁ ୭୭୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକରୁ ୫୪୮ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଷ୍ଟେଟ୍ପୁଲରୁ ୩୯୧ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ ଜିଲ୍ଲାରୁ ୨୪୫, ସୁବର୍ଣ୍ଣପୁର ଜିଲ୍ଲାରୁ ୨୧୨, ବଲାଙ୍ଗିରରୁ୨୦୭, କଳାହାଣ୍ଡି ଜିଲ୍ଲାରୁ ୧୮୮, କୋରାପୁଟ ଜିଲ୍ଲାରୁ ୧୫୯, ନୂଆପଡ଼ାରୁ ୧୯୧, ମୟୂରଭଞ୍ଜରୁ ୧୬୬, ସମ୍ବଲପୁରରୁ ୧୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୨ ଲକ୍ଷ ୨୫ ହଜାର ୨୬୮କୁ ବୃଦ୍ଧ ପାଇଛି ।
ଆଜି ରାଜ୍ୟରେ ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅଡିଟ ପ୍ରୋସେସରେ ଏହି ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଦିନକରେ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡ଼ ଜିଲ୍ଲାରୁ ବି ୪ ଆକ୍ରାନ୍ତଙ୍କ ମୃତ୍ଯୁ ହୋଇଛି । କନ୍ଧମାଳ ଓ ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮ ହଜାର ୫୪୨କୁ ବୃଦ୍ଧି ପାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)