Advertisment

ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ୍

ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତକାଲି ତୁଳନାରେ ଆଜି ପଜିଟିଭ ସଂଖ୍ୟା ପ୍ରାୟ ଏକ ହଜାର କମ୍‌ ରହିଛି । ଗତକାଲି ୩ ହଜାର ୬୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ଆଜି ୨ ହଜାର ୬୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅଦ୍ୟତନ ହୋଇଛି
undefined

Coronavirus

Advertisment

ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତକାଲି ତୁଳନାରେ ଆଜି ପଜିଟିଭ ସଂଖ୍ୟା ପ୍ରାୟ ଏକ ହଜାର କମ୍‌  ରହିଛି । ଗତକାଲି ୩ ହଜାର ୬୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ଆଜି ୨ ହଜାର ୬୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Advertisment

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧,୫୬୮; ଲୋକାଲ୍ କେସ୍ ଏକ ହଜାର ୧୨୯ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୪୩୫ ଚିହ୍ନଟ ହୋଇଛନ୍ତି । ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୨ ଲକ୍ଷ ୬୨ ହଜାର ୧୦୨କୁ ବୃଦ୍ଧି ପାଇଛି ।

ସେହିପରି ରାଜ୍ୟରେ ଆଉ ୨୩ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧାରୁ ସର୍ବାଧିକ ୭, ସୁନ୍ଦରଗଡ଼ରୁ ୩, ଭଦ୍ରକ, ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ାରୁ ୨ ଲେଖାଏଁ ଓ କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ତେବେ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୬୮୯କୁ ବୃଦ୍ଧି ପାଇଛି ।

Advertisment

ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୧୩ ଜଣ ଚିହ୍ନଟ ହୋଇଥିବାବେଳେ, ଅନୁଗୁଳରୁ ୫୫ , ବାଲେଶ୍ୱରରୁ ୭୩ , ବରଗଡ଼ରୁ ୫୩ , ଭଦ୍ରକରୁ ୪୮ , ବଲାଙ୍ଗିରରୁ ୯୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧରୁ ୪୮ , କଟକରୁ ୧୩୮, ଦେବଗଡ଼ରୁ ୩୯, ଢେଙ୍କାନାଳରୁ ୪୦, ଗଜପତିରୁ ୫୯ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ଠିକ୍‌ ସେହିପରି ଗଞ୍ଜାମରୁ ୧୬, ଜଗତସିଂହପୁରରୁ ୬୭, ଯାଜପୁରରୁ ୧୨୭, ଝାରସୁଗୁଡ଼ାରୁ ୩୬, କଳାହାଣ୍ଡିରୁ ୯୫, କନ୍ଧମାଳରୁ ୩୪ ଓ କେନ୍ଦ୍ରାପଡ଼ାରୁ ୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେବଳ ଏତିକି ନୁହେଁ କେନ୍ଦୁଝରରୁ ୪୪ , କୋରାପୁଟରୁ ୪୧, ମାଲକାନଗିରିରୁ ୧୮ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୧୨୮, ନବରଙ୍ଗପୁରରୁ ୭୫, ନୟାଗଡରୁ ୯୬, ନୂଆପଡ଼ାରୁ ୫୫, ପୁରୀରୁ ୬୩, ରାୟଗଡ଼ାରୁ ୮୫, ସମ୍ବଲପୁରରୁ ୮୫, ସୋନପୁରରୁ ୨୯, ସୁନ୍ଦରଗଡରୁ ୨୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୧୦୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Advertisment
Corona Update News
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ