ଉଠିଲା ସପ୍ତାହାନ୍ତ ସଟଡାଉନ୍‌: ପୌରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର

ଉଠିଲା ସପ୍ତାହାନ୍ତ ସଟଡାଉନ୍‌। ସେପ୍ଟେମ୍ବର ମାସ ପାଇଁ ଗାଇଡଲାଇନ ଘୋଷଣା କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର । ନୂଆ ଗାଇଡଲାଇନ ଅକ୍ଟୋବର ୧ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ସ୍ପଷ୍ଟ କଲେ SRC। ରାଜ୍ୟରେ କୌଣସି ଜାଗାରେ ସପ୍ତାହାନ୍ତ ସଟଡାଉନ ରହିବ ନାହିଁ କିନ୍ତୁ ସାରା ରାଜ୍ୟର ସମସ୍ତ ପୌରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ଲାଗୁ ରହିବ ।

SRC

News Summary

ଏସ୍‌ଆରସ୍‌ ଦେଲେ ବଡ଼ ସୂଚନା

ସାରା ରାଜ୍ୟରୁ ଉଠିଲା ସପ୍ତାହାନ୍ତ ସଟଡାଉନ୍‌

ଭୁବନେଶ୍ୱର: ଉଠିଲା ସପ୍ତାହାନ୍ତ ସଟଡାଉନ୍‌। ସେପ୍ଟେମ୍ବର ମାସ ପାଇଁ ଗାଇଡଲାଇନ ଘୋଷଣା କଲେ ସ୍ୱତନ୍ତ୍ର ରିଲିଫ୍ କମିଶନର । ନୂଆ ଗାଇଡଲାଇନ ଅକ୍ଟୋବର ୧ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି ସ୍ପଷ୍ଟ କଲେ SRC। ରାଜ୍ୟରେ କୌଣସି ଜାଗାରେ ସପ୍ତାହାନ୍ତ ସଟଡାଉନ ରହିବ ନାହିଁ କିନ୍ତୁ ସାରା ରାଜ୍ୟର ସମସ୍ତ ପୌରାଞ୍ଚଳରେ ରାତ୍ରକାଳୀନ କର୍ଫ୍ୟୁ ଲାଗୁ ରହିବ ।

ଏହାସହ ରାତି ୧୦ରୁ ସକାଳ ୫ଟା ଯାଏ ସବୁ ପୌରାଞ୍ଚଳରେ ନାଇଟ କର୍ଫ୍ୟୁ ମଧ୍ୟ ବଳବତ୍ତର ରହିବ । ସାରା ରାଜ୍ୟରେ ସକାଳ ୫ଟାରୁ ରାତି ୧୦ଟା ଯାଏ ଦୋକାନ ବଜାର ଖୋଲା ରହିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି।ଏହାସହ ଧାର୍ମିକ, ରାଜନୈତିକ, ସମାଜିକ ସମାବେଶରେ କଟକଣା ବଳବତ୍ତର ରହିବ ବୋଲି ସୂଚନା ମିଳିଛି । ମେଳା ମହୋତ୍ସବ, ପ୍ରଦର୍ଶନୀ ଉପରେ ବାରଣ ଜାରି ରହିବ ବୋଲି SRC କହିଛନ୍ତି।