Advertisment

୩ୟ ଲହର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ନବ ଦାସ

ଆଜିଠୁ ରାଜ୍ୟର ୧୨ଟି ଜିଲ୍ଲାରେ ହେବ ସେରୋ ସର୍ଭେ। ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାରେ ହେବ ସେରୋ ସର୍ଭେ। ଏହି ସର୍ଭେ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଚାଲିବ। ଏନେଇ ସଂପୃକ୍ତ ୧୨ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର।

author-image
Chandan Shishu
Sero Survey

Sero Survey

ଭୁବନେଶ୍ୱର: ୩ୟ ଲହର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ। ୩ୟ ଲହର ପ୍ରସ୍ତୁତି ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ କହିଛନ୍ତି ଯେ ୩ୟ ଲହର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି। ରାଜ୍ୟରେ ୭୦ ପ୍ରତିଶତ ସେରୋ ସର୍ଭେ ସରିଛି। ବିଭିନ୍ନ ହସ୍ପିଟାଲରେ ବେଡ୍ ଓ ଔଷଧ ମହଜୁଦ ଅଛି। ମୁକାବିଲା ପାଇଁ ରାଜ୍ୟ ଓ ଜିଲ୍ଲାସ୍ତରୀୟ ଟାସ୍କଫୋର୍ସ ଗଠନ ହୋଇଛି। ପାର୍ବଣ ଥିବାରୁ ମାସ୍କ ବ୍ୟବହାର ସହ କୋଭିଡ ନିୟମ ପାଳନ କରନ୍ତୁ ବୋଲି ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। 

Advertisment

ଆଜିଠୁ ରାଜ୍ୟର ୧୨ଟି ଜିଲ୍ଲାରେ ହେବ ସେରୋ ସର୍ଭେ। ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ବାଲେଶ୍ୱର, ମୟୁରଭଞ୍ଜ, ଯାଜପୁର, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲ୍ଲାରେ ହେବ ସେରୋ ସର୍ଭେ। ଏହି ସର୍ଭେ ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଚାଲିବ। ଏନେଇ ସଂପୃକ୍ତ ୧୨ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର। ଏହି ସେରୋ ସର୍ଭେ ପାଇଁ RMRC ପକ୍ଷରୁ ଏକ ଟିମ୍ ଗଠନ କରାଯାଇଛି।

Advertisment

ଏହି ଟିମ୍‌କୁ ସହଯୋଗ କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ACS ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜନସାଧାରଣଙ୍କ ଶରୀରରେ କେତେ ଆଣ୍ଟିବଡ଼ି ସୃଷ୍ଟି ହୋଇଛି, ତାହା ଜାଣିବା ପାଇଁ ଏହି ସର୍ଭେ କରାଯିବ। ୧୨ଟି ଜିଲ୍ଲାରୁ ଏହି ଟିମ୍ ୬ ହଜାର ୬୮୦ ନମୁନା ସଂଗ୍ରହ କରିବ। ସେହିପରି ପ୍ରତି ୧୨ଟି ଜିଲ୍ଲାର ସ୍ୱାସ୍ଥ୍ୟକର୍ମୀଙ୍କଠାରୁ ଶହେଟି ଲେଖାଏଁ ନମୁନା ସଂଗ୍ରହ କରିବ ଏହି ଟିମ୍।

Odisha News Corona 3rd Wave
Advertisment
Advertisment