Advertisment

ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କୁ କରୋନା

ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗତ ୩ ଦିନରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କୁ କରୋନା ଟେଷ୍ଟ କରାଇବାକୁ ସେ ପରାମର୍ଶ ଦେଇଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
undefined

Health Minister Naba Das

ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ (Naba Kishore Das) କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପଜିଟିଭ ଚିହ୍ନଟ ପରେ ସେ ଆଇସୋଲେସନରେ ରହିଥିବା ନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି। ଗତ ୩ ଦିନରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କୁ କରୋନା ଟେଷ୍ଟ କରାଇବାକୁ ସେ ପରାମର୍ଶ ଦେଇଛନ୍ତି।

Advertisment

ଟ୍ୱିଟ୍‌ କରି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି, ଗତକାଲି କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲି। ବର୍ତ୍ତମାନ ହୋମ୍‌ ଆଇସୋଲେସନରେ ରହିଛି। ଯେଉଁମାନେ ଗତ ୩ ଦିନରେ ମୋ ସଂସ୍ପର୍ଶରେ ଆସିଛନ୍ତି, ସେମାନେ କରୋନା ଟେଷ୍ଟ କରାଇ ନିଅନ୍ତୁ’।

Advertisment

ଆଜି ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ୨ ହଜାର ପାର୍‌ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୨,୭୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧,୫୭୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୧,୧୨୪ ରହିଛି। ଖୋର୍ଦ୍ଧା (Khurda Dist) ଜିଲ୍ଲାରୁ ସର୍ବାଧିକ ୯୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

COVID19 Health Minister Naba Das
Advertisment
Advertisment