Advertisment

୨୪ ଘଣ୍ଟାରେ ୨ ହଜାର ୧୧୦ ସଂକ୍ରମିତ ଚିହ୍ନଟ, ରାଜ୍ୟରେ ଆଉ ୬୬ ଆକ୍ରାନ୍ତଙ୍କ ମୃତ୍ୟୁ

୨୪ ଘଣ୍ଟା ମଧ୍ୟରେ ୨ ହଜାର ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୪୭ ହଜାର ୮୫୯ରେ ପହଞ୍ଚିଛି ।

author-image
Prangyan Parimita
ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ୨ ହଜାର ୧୧୦ ସଂକ୍ରମିତ ଚିହ୍ନଟ, ରାଜ୍ୟରେ ଆଉ ୬୬ ଆକ୍ରାନ୍ତଙ୍କ ମୃତ୍ୟୁ

STATE CASES

ଭୁବନେଶ୍ୱର : ରାଜ୍ୟରେ ସାମାନ୍ୟ ବଢ଼ିଲା ସଂକ୍ରମଣ । ଲଗାତାର ଦୁଇ ଦିନ ହେଲା ୨ ହଜାର ଉପରେ ରହୁଛି ସଂକ୍ରମିତଙ୍କ ସଂଖ୍ୟା । ଗତ କାଲି ରାଜ୍ୟରେ ୨ ହଜାର ୭୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ୨ ହଜାର ୧୧୦ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୨୧୩ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୮୯୭ । ସେପଟେ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୪୭ ହଜାର ୮୫୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରେ ସର୍ବାଧିକ ୪୫୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୩୨୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Advertisment

ନୂତନ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୪୬, ବାଲେଶ୍ୱରରୁ ୧୬୮, ବରଗଡ଼ରୁ ୧୪, ଭଦ୍ରକରୁ ୭୯, ବଲାଙ୍ଗିରରୁ ୧୩, ବୌଦ୍ଧରୁ ୧୬, କଟକରୁ ୩୨୩, ଦେବଗଡ଼ରୁ ୫, ଢେଙ୍କାନାଳରୁ ୩୫, ଗଜପତିରୁ ୧୧, ଗଞ୍ଜାମରୁ ୧୬, ଜଗତସିଂହପୁରରୁ ୬୭, ଯାଜପୁରରୁ ୯୨, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୭, କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୧୩୨, କେନ୍ଦୁଝରରୁ ୬୬, ଖୋର୍ଦ୍ଧାରୁ ୪୫୮, କୋରାପୁଟରୁ ୧୯ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ମାଲକାନଗିରିରୁ- ୨୨, ମୟୂରଭଞ୍ଜରୁ ୯୯, ନବରଙ୍ଗପୁରରୁ ୧୦,ନୟାଗଡ଼- ୭୪, ନୂଆପଡ଼ାରୁ ୨, ପୁରୀରୁ ୧୧୩, ରାୟଗଡ଼ାରୁ ୨୯, ସମ୍ବଲପୁରରୁ ୧୯, ସୋନପୁରରୁ ୪ଜଣ, ସୁନ୍ଦରଗଡ଼ରୁ ୬୨ଜଣ ଓ ଷ୍ଟେଟ ପୁଲରୁ ୮୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଅନୁସାରେ ଆଉ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮୬୧କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ କରୋନାରେ ପ୍ରାଣ ହରାଇଛନ୍ତି । ବରଗଡ଼ ଓ ସୁନ୍ଦରଗଡ଼ରୁ ୧୦ ଲେଖାଏଁ ଓ ବାଲେଶ୍ୱରରୁ ୮ ଜଣଙ୍କର କରୋନାରେ ଜୀବନ ଯାଇଛି । ସେହିପରି ସମ୍ବଲପୁରରୁ ୭, ଭଦ୍ରକ ଓ ମୟୂରଭଞ୍ଜରୁ ୨ ଲେଖାଏଁ ଓ ବଲାଙ୍ଗିର, କଟକ ଓ ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି ଓ ପୁରୀରୁ ଜଣେ ଲେଖାଏଁ ଜୀବନ ହାରିଛନ୍ତି ।

Advertisment

ରାଜ୍ୟରେ ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨୨୨୯୯ଟି ରହିଥିବା ବେଳେ ୯୧୮୦୪୧ ଜଣ କରୋନାକୁ ମାତ ଦେଇ ସୁସ୍ଥ ହୋଇଛନ୍ତି । ଅନ୍ୟପଟେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪୭୭୨୯୩୮ କରୋନା ନମୂନା ପରୀକ୍ଷା କରାଯାଇଛି ।

Odisha Coronavirus
Advertisment
Advertisment