Advertisment

ରାଜ୍ୟରେ ୧୦୯୬ ନୂଆ କରୋନା ସଂକ୍ରମିତ ଚିହ୍ନଟ, କଟକରେ କମୁଛି ସଂକ୍ରମଣ

ଅଗଷ୍ଟ ୬ର ରିପୋର୍ଟ ଅନୁସାରେ, ୧୦୯୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୬୩୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୫୯ ରହିଛି।

ଅଦ୍ୟତନ ହୋଇଛି
ରାଜ୍ୟରେ ୧୦୯୬ ନୂଆ କରୋନା ସଂକ୍ରମିତ ଚିହ୍ନଟ, କଟକରେ କମୁଛି ସଂକ୍ରମଣ

corona testing

Advertisment

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଅଗଷ୍ଟ ୫ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୨୦୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଅଗଷ୍ଟ ୬ର ରିପୋର୍ଟ ଅନୁସାରେ, ୧୦୯୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୬୩୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୫୯ ରହିଛି। କଟକରେ ଧୀରେ ଧୀରେ ସଂକ୍ରମଣ କମୁଥିବା ଦେଖିବାକୁ ମିଳିଛି। ୨୪ ଘଣ୍ଟାରେ କଟକରେ ୧୦୦ ତଳକୁ ଅର୍ଥାତ୍‌ ୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କିନ୍ତୁ ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। 

Advertisment

ସେହିପରି ରାଜ୍ୟରେ ଆଉ ୬୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।  ଖୋର୍ଦ୍ଧାରୁ ୨୭, କଟକରୁ ୧୭, ବାଲେଶ୍ୱର ଓ କେନ୍ଦୁଝରରୁ ୪ ଜଣ ଲେଖାଏ, ମୟୂରଭଞ୍ଜରୁ ୩, ଅନୁଗୁଳ, ଭଦ୍ରକ, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ,ଗଞ୍ଜାମ, କେନ୍ଦ୍ରାପଡ଼ା, ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୩୬୬ରେ ପହଞ୍ଚିଛି। 

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୪୦, ବାଲେଶ୍ୱରରୁ ୭୭, ବରଗଡ଼ରୁ ୧୧, ଭଦ୍ରକରୁ ୨୧, ବଲାଙ୍ଗିରରୁ ୭, କଟକରୁ ୯୨, ଦେବଗଡ଼ରୁ ୧, ଢେଙ୍କାନାଳରୁ ୯, ଗଜପତିରୁ ୪, ଗଂଜାମରୁ ୫, ଜଗତସିଂହପୁରରୁ ୫୮, ଯାଜପୁରରୁ ୬୮, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୩, କନ୍ଧମାଳରୁ ୧୭, କେନ୍ଦ୍ରାପଡ଼ାରୁ ୩୬, କେନ୍ଦୁଝରରୁ ୧୩, ଖୋର୍ଦ୍ଧାରୁ ୩୮୯, କୋରାପୁଟରୁ ୭, ମାଲକାନଗିରିିରୁ ୪, ମୟୂରଭଞ୍ଜରୁ ୩୨, ନୟାଗଡ଼ରୁ ୨୯, ନୂଆପଡ଼ାରୁ ୨, ପୁରୀରୁ ୪୮, ରାୟଗଡ଼ାରୁ ୬, ସମ୍ବଲପୁରରୁ ୮, ସୁବର୍ଣ୍ଣପୁରରୁ ୨, ସୁନ୍ଦରଗଡ଼ରୁ ୨୦ ଓ ଷ୍ଟେଟପୁଲ୍‌ରୁ ୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment


Advertisment

— I & PR Department, Odisha (@IPR_Odisha) August 7, 2021


— I & PR Department, Odisha (@IPR_Odisha) August 7, 2021

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୮୫,୮୨୭ରେ ପହଞ୍ଚିଛି। ତେବେ ଆକ୍ଟିଭ୍‌ କେସ୍‌ ୧୨,୪୮୦ ଥିବାବେଳେ ୯,୬୬,୯୨୮ ଜଣ ସୁସ୍ଥ ହୋଇଛନ୍ତି।

ଉଭୟ ଡୋଜ୍ ଟିକା ନେଇଥିବା ବ୍ୟକ୍ତିଙ୍କୁ ଯେ କରୋନା ହେବନି ସେ ଧାରଣା ଭୁଲ। କାରଣ କିଛି ଦିନ ହେଲା ବଢିଚାଲିଛି ବ୍ରେକ୍ ଥ୍ରୁ ଇନ୍ଫେକସନ। ଅର୍ଥାତ୍ ଦୁଇଟି ଯାକ ଡୋଜ୍ ନେଇଥିବା ବ୍ୟକ୍ତି ବି କରୋନାରେ ଆକ୍ରାନ୍ତ ହେଉଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର ତଥ୍ୟ ଅନୁଯାୟୀ ଅଗଷ୍ଟ ୩ ତାରିଖ ସୁଦ୍ଧା ରାଜ୍ୟରେ ୧ କୋଟି ୬୯ ଲକ୍ଷ ଲୋକ ଅତି କମ୍‌ରେ ଗୋଟିଏ ଡୋଜ୍ ଟିକା ନେଇଛନ୍ତି। ସେମାନଙ୍କ ମଧ୍ୟରୁ ୩୧ ହଜାର ୭୧୨ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଉଭୟ ଡୋଜ୍ ନେଇଥିବା ୧୩ ହଜାର ୮୮୮ ଜଣଙ୍କୁ କବଳିତ କରିଛି ମହାମାରୀ

COVID19 Odisha Corona Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ