Advertisment

୨୪ ଘଣ୍ଟାରେ ୧୪୩୭ ସଂକ୍ରମିତ ଚିହ୍ନଟ : ଆଉ ୬୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଉପକୂଳ ଓଡ଼ିଶାର ଦୁଇରୁ ତିନୋଟି ଜିଲ୍ଲାକୁ ଛାଡ଼ି ଅନ୍ୟ ଜିଲ୍ଲା ଗୁଡ଼ିକରେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୧୪୩୭ ନୂତନ ସଂକ୍ରମିତ ଚିହ୍ନଟ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର ୭୦୫କୁ ବୃଦ୍ଧି ପାଇଛି ।

ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ୧୪୩୭ ସଂକ୍ରମିତ ଚିହ୍ନଟ : ଆଉ ୬୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

corona visus

Advertisment

ଭୁବନେଶ୍ୱର : ରାଜ୍ୟରେ ହ୍ରାସ ପାଉଛି ସଂକ୍ରମଣ । ଉପକୂଳ ଓଡ଼ିଶାର ଦୁଇରୁ ତିନୋଟି ଜିଲ୍ଲାକୁ ଛାଡ଼ି ଅନ୍ୟ ଜିଲ୍ଲା ଗୁଡ଼ିକରେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୧୪୩୭ ନୂତନ ସଂକ୍ରମିତ ଚିହ୍ନଟ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର ୭୦୫କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୮୩୨ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ ଅଛନ୍ତି ୬୦୫ ଜଣ । ସବୁଦିନ ପରି ଆଜି ବି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୯ ଜଣ କରୋନାର ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Advertisment

ନୂଆ ସଂକ୍ରମିତଙ୍କ ମଧ୍ୟରୁ ଆଜି ଅନୁଗୁଳ ଜିଲ୍ଲାରୁ ୪୭, ବାଲେଶ୍ୱର ଜିଲ୍ଲାରୁ ୬୪, ବରଗଡ଼ ଜିଲ୍ଲାରୁ ୮, ଭଦ୍ରକ ଜିଲ୍ଲାରୁ ୪୭, ବଲାଙ୍ଗିର ଜିଲ୍ଳାରୁ ୪, ବୌଦ୍ଧ ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୧୯୦, ଦେବଗଡ଼ ଜିଲ୍ଲାରୁ ୮,ଢେଙ୍କାନାଳ ଜିଲ୍ଲାରୁ ୨୧, ଗଜପତି ଜିଲ୍ଲାରୁ ୩, ଗଂଜାମ ଜିଲ୍ଲାରୁ ୧୦, ଜଗତସିଂହପୁର ଜିଲ୍ଲାରୁ ୮୬,ଯାଜପୁର ଜିଲ୍ଲାରୁ ୬୬, ଝାରସୁଗୁଡ଼ା ଜିଲ୍ଲାରୁ ୫, କଳାହାଣ୍ଡି ଜିଲ୍ଲାରୁ ୬, କନ୍ଧମାଳ ଜିଲ୍ଲାରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୧, କେନ୍ଦୁଝର ଜିଲ୍ଲାରୁ ୧୯, ଖୋର୍ଦ୍ଧା ଜିଲ୍ଲାରୁ ୪୦୯, କୋରାପୁଟ ଲ୍ଲାରୁ ୫, ମାଲକାନଗିରି ଜିଲ୍ଲାରୁ ୭, ମୟୂରଭଞ୍ଜ ଜିଲ୍ଲାରୁ ୪୦, ନବରଙ୍ଗପୁର ଜିଲ୍ଲାରୁ ୨, ନୟାଗଡ଼ ଜିଲ୍ଲାରୁ ୩୬,ପୁରୀ ଜିଲ୍ଲାରୁ ୧୪୬, ରାୟଗଡ଼ା ଜିଲ୍ଲାରୁ ୧୧, ସମ୍ବଲପୁର ଜିଲ୍ଲାରୁ ୧୬, ସୋନପୁର ଜିଲ୍ଲାରୁ ୧୩, ସୁନ୍ଦରଗଡ଼ ଜିଲ୍ଲାରୁ ୨୯ ଓ ଷ୍ଟେଟ୍ ପୁଲରୁ ୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯୭୮୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୫୬୮୨୮ ଜଣ କରୋନାକୁ ମାତ୍ ଦେଇ ସୁସ୍ଥ ହୋଇଛନ୍ତି । ସେହିପରି ରାଜ୍ୟରେ ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ରହିଛି ଏଥି ମଧ୍ୟରୁ ୧୫୮୫୮ । ଗତକାଲି ରାଜ୍ୟରେ ୧୮୯୯ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ସୁଦ୍ଧା ରାଜ୍ୟରେ ୧୬୦୯୭୪୧୨ଟି ନମୁନା ପରୀକ୍ଷା କରାଯାଇଛି ।

Advertisment

ସେପଟେ ଆଜି ରାଜ୍ୟରେ ଆଉ ୬୪ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ।  ଭଦ୍ରକ, ଖୋର୍ଦ୍ଧା, କଟକରୁ ୮ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀ ଓ ସୁନ୍ଦରଗଡ଼ରୁ ୭ ଲେଖାଏଁ  କେନ୍ଦ୍ରାପଡ଼ାରୁ ୪ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ଢେଙ୍କାନାଳ ଓ ନୟାଗଡ଼ରୁ ୩ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେଅନୁଗୁଳ, ବାଲେଶ୍ୱର, ବରଗଡ଼, ଝାରସୁଗୁଡ଼ା, ମୟୂରଭଂଜରୁ ୨ ଲେଖାଏଁ କରୋନାରେ ପ୍ରାଣ ହରାଇଛନ୍ତି ।  

Odisha Corona Virus
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ