/odishatv-khabar/media/post_attachments/uploadimage/library/16_9/16_9_0/IMAGE_1643780839.jpg)
Odisha reports 3450 new positive cases
ରାଜ୍ୟରେ ଆଜି ସାମାନ୍ୟ ସଂକ୍ରମଣ ବଢ଼ିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୪୫୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ୨ ହଜାର ୧୨ ଓ ଲୋକାଲ୍ କେସ୍ ୧୪୩୮ ରହିଛନ୍ତି ।
ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୪୩୬ ଚିହ୍ନଟ ହୋଇଥିବା ସୂଚନା ମିଳଛି । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧତ୍କ ୭୧୪ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସୁନ୍ଦରଗଡ଼ରେ ୨୮୭, କଟକରେ ୨୦୨, ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୨ ଲକ୍ଷ ୫୫ ହଜାର ୭୭୬କୁ ବୃଦ୍ଧି ବୃଦ୍ଧିପାଇଛି ।
ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୭୧୪ ଜଣ ଚିହ୍ନଟ ହୋଇଥିବାବେଳେ, ଅନୁଗୁଳରୁ ୧୫୨, ବାଲେଶ୍ୱରରୁ ୧୦୫, ବରଗଡ଼ରୁ ୮୨, ଭଦ୍ରକରୁ ୫୨, ବଲାଙ୍ଗିରରୁ ୧୦୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧରୁ ୫୩, କଟକରୁ ୨୦୨, ଦେବଗଡ଼ରୁ ୭୧, ଢେଙ୍କାନାଳରୁ ୩୫, ଗଜପତିରୁ ୭୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଠିକ୍ ସେହିପରି ଗଞ୍ଜାମରୁ ୬୪, ଜଗତସିଂହପୁରରୁ ୬୪, ଯାଜପୁରରୁ ୭୩, ଝାରସୁଗୁଡ଼ାରୁ ୫୫, କଳାହାଣ୍ଡିରୁ ୬୩, କନ୍ଧମାଳରୁ ୪୪ ଓ କେନ୍ଦ୍ରାପଡ଼ାରୁ ୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେବଳ ଏତିକି ନୁହେଁ କେନ୍ଦୁଝରରୁ ୩୯ , କୋରାପୁଟରୁ ୫୩ , ମାଲକାନଗିରିରୁ ୧୬ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୧୮୦, ନବରଙ୍ଗପୁରରୁ ୯୯, ନୟାଗଡରୁ ୧୨୫, ନୂଆପଡ଼ାରୁ ୧୮୧, ପୁରୀରୁ ୭୨, ରାୟଗଡ଼ାରୁ ୩୬, ସମ୍ବଲପୁରରୁ ୧୩୧, ସୋନପୁରରୁ ୨୧, ସୁନ୍ଦରଗଡରୁ ୨୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୧୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)