Advertisment

ଓଡ଼ିଶାରେ ଧୀରେ ଧୀରେ କମୁଛି କରୋନା ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୫୮ ପଜିଟିଭ୍‌

୨୪ ଘଣ୍ଟାରେ ରାଜ୍ୟରେ ୩୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୪୭ ଆକ୍ରାନ୍ତ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୦୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୪୯ ରହିଛି।

Coronavirus

Coronavirus

Advertisment

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ୩୫୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୪୭ ଆକ୍ରାନ୍ତ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୦୯ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୧୪୯ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୮୬ ପଜିଟିଭ୍‌ ବାହାରିଛନ୍ତି। 

Advertisment

ଚିହ୍ନଟ ନୂଆ ୩୫୮ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ଜଣେ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗିରରୁ ୪ ଜଣ, ବୌଦ୍ଧରୁ ଜଣେ, କଟକରୁ ୧୫ ଜଣ, ଦେବଗଡ଼ରୁ ଜଣେ, ଗଜପତିରୁ ୭ ଜଣ, ଗଞ୍ଜାମରୁ ଜଣେ,  ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୧୧ ଜଣ, କେନ୍ଦ୍ରାପଡ଼ାରୁ ୧୩ ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୧୮୬ ଜଣ, ମୟୁରଭଞ୍ଜରୁ ୧୧ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୯ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ବଲପୁରରୁ ୪ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟ ପୁଲ୍‌ରୁ ୪୬ ଜଣ ଚିହ୍ନଟ ହୋଇଛନ୍ତି ।

Advertisment


— I & PR Department, Odisha (@IPR_Odisha) October 16, 2021


Advertisment

— I & PR Department, Odisha (@IPR_Odisha) October 16, 2021

ସେହିପରି ଆଉ ୩ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୮୨ରେ ପହଞ୍ଚିଛି। 

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୪ ହଜାର ୬୩୪ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍‌ କେସ୍‌ ୫,୧୧୯ରହିଛି। ୧୦,୨୧,୧୮୦ ଜଣ ସୁସ୍ଥ ହୋଇଛନ୍ତି।

COVID19 Odisha Corona Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ