/odishatv-khabar/media/post_attachments/uploadimage/library/16_9/16_9_0/IMAGE_1643443293.jpg)
Coronavirus
ରାଜ୍ୟରେ ଗୋଟିଏ ଦିନରେ ଆଉ ୩ ହଜାର ୬୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨ ହଜାର ୧୧୫ ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୧,୫୧୪ ରହିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୫୧୫ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୨ ଲକ୍ଷ ୫୯ ହଜାର ୪୦୫କୁ ବୃଦ୍ଧି ପାଇଛି ।
ତେବେ ଆଜି ଚିହ୍ନଟ ହୋଇଥିବା ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧତ୍କ ୭୧୬ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ, ଅନୁଗୁଳରୁ ୮୯ , ବାଲେଶ୍ୱରରୁ ୧୧୧, ବରଗଡ଼ରୁ ୭୧, ଭଦ୍ରକରୁ ୪୫ , ବଲାଙ୍ଗିରରୁ ୯୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧରୁ ୮୦, କଟକରୁ ୩୨୯, ଦେବଗଡ଼ରୁ ୬୮, ଢେଙ୍କାନାଳରୁ ୫୫, ଗଜପତିରୁ ୫୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ଠିକ୍ ସେହିପରି ଗଞ୍ଜାମରୁ ୪୬ , ଜଗତସିଂହପୁରରୁ ୮୯ , ଯାଜପୁରରୁ ୧୩୭ , ଝାରସୁଗୁଡ଼ାରୁ ୧୩୭, କଳାହାଣ୍ଡିରୁ ୮୫ , କନ୍ଧମାଳରୁ ୪୭ ଓ କେନ୍ଦ୍ରାପଡ଼ାରୁ ୧୪୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେବଳ ଏତିକି ନୁହେଁ କେନ୍ଦୁଝରରୁ ୪୪ , କୋରାପୁଟରୁ ୩୧ , ମାଲକାନଗିରିରୁ ୨୩ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୧୪୨ , ନବରଙ୍ଗପୁରରୁ ୯୦ , ନୟାଗଡରୁ ୧୧୮, ନୂଆପଡ଼ାରୁ ୭୦, ପୁରୀରୁ ୫୩ , ରାୟଗଡ଼ାରୁ ୧୦୧, ସମ୍ବଲପୁରରୁ ୧୦୧, ସୋନପୁରରୁ ୩୫, ସୁନ୍ଦରଗଡରୁ ୩୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୧୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)