Advertisment

ଖୋର୍ଦ୍ଧାରେ କମୁନି ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୫୦ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ରାଜ୍ୟରେ ୫୨୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୫ ଆକ୍ରାନ୍ତ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୦୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୧୮ ରହିଛି।

Coronavirus

Coronavirus

Advertisment

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ୫୨୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୫ ଆକ୍ରାନ୍ତ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୦୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୧୮ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୫୦ ପଜିଟିଭ୍‌ ବାହାରିଛନ୍ତି। ରାଜ୍ୟର ଅନ୍ୟ ଜିଲ୍ଲାରେ କରୋନା ସଂକ୍ରମଣ ଧୀରେ ଧୀରେ କମୁ ଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।

Advertisment

ଚିହ୍ନଟ ନୂଆ ୫୨୪ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୨୦ ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗିରରୁ ଜଣେ, କଟକରୁ ୭୫ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୩ ଜଣ,  ଜଗତସିଂହପୁରରୁ ୧୫ ଜଣ, ଯାଜପୁରରୁ ୧୪ ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୭ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୨୫୦ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ବଲପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୧୧ ଜଣ ଓ ଷ୍ଟେଟ ପୁଲ୍‌ରୁ ୫୮ ଜଣ ଚିହ୍ନଟ ହୋଇଛନ୍ତି ।

Advertisment


— I & PR Department, Odisha (@IPR_Odisha) October 8, 2021


Advertisment

— I & PR Department, Odisha (@IPR_Odisha) October 8, 2021

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୦ ହଜାର ୫୧୮ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍‌ କେସ୍‌ ୫୧୧୧ରହିଛି। ୧୦୧୭୧୧୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଆଉ ୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କଟକ, କନ୍ଧମାଳ, ନୟାଗଡ଼, ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୩୮ରେ ପହଞ୍ଚିଛି।

COVID19 Odisha Corona Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ