Advertisment

୨୪ ଘଣ୍ଟାରେ ରାଜ୍ୟରେ ୬୧୫ କରୋନା ସଂକ୍ରମିତ ଚିହ୍ନଟ

୨୪ ଘଣ୍ଟାରେ ରାଜ୍ୟରେ ୬୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୬୮ ଆକ୍ରାନ୍ତ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୫୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୫୮ ରହିଛି।

Odisha Corona Update

Odisha Corona Update

Advertisment

ଭୁବନେଶ୍ୱର: ୨୪ ଘଣ୍ଟାରେ ରାଜ୍ୟରେ ୬୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୬୮ ଆକ୍ରାନ୍ତ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୫୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୫୮ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୩୨୩ ପଜିଟିଭ୍‌ ବାହାରିଛନ୍ତି। ରାଜ୍ୟର ଅନ୍ୟ ଜିଲ୍ଲାରେ କରୋନା ସଂକ୍ରମଣ ଧୀରେ ଧୀରେ କମୁ ଥିବାବେଳେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।

Advertisment

ଚିହ୍ନଟ ନୂଆ ୬୧୫ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୧୨ ଜଣ, ଭଦ୍ରକରୁ ୩ ଜଣ, ବୌଦ୍ଧରୁ ଜଣେ, କଟକରୁ ୭୨ ଜଣ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୩ ଜଣ,  ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୩୨୩ ଜଣ, କୋରାପୁଟରୁ ୪ ଜଣ, ମୟୁରଭଞ୍ଜରୁ ୨୮ ଜଣ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୧୫ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୯ ଜଣ, ସୁନ୍ଦରଗଡ଼ରୁ ୮ ଜଣ ଓ ଷ୍ଟେଟ ପୁଲ୍‌ରୁ ୭୬ ଜଣ ଚିହ୍ନଟ ହୋଇଛନ୍ତି ।

Advertisment


— I & PR Department, Odisha (@IPR_Odisha) October 13, 2021


Advertisment

— I & PR Department, Odisha (@IPR_Odisha) October 13, 2021

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୨୮୮ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍‌ କେସ୍‌ ୫,୨୦୩ରହିଛି। ୧୦୧୯୭୬୪ ଜଣ ସୁସ୍ଥ ହୋଇଛନ୍ତି।

COVID19 Odisha Corona Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ