Advertisment

୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୬୨୩ କରୋନା ସଂକ୍ରମିତ, ୧୮ ବର୍ଷରୁ କମ୍‌ ବର୍ଗର ୯୫ ଜଣ ଚିହ୍ନଟ

ରାଜ୍ୟରେ ପୁଣି ୬୦୦ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ ରାଜ୍ୟରେ ୬୨୩ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୯୫ ଜଣ ଅଛନ୍ତି।

author-image
Rajalaxmi Sahoo
ଓଡ଼ିଶାରେ ୨,୪୮୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ୫୧ ଆକ୍ରାନ୍ତଙ୍କ ମୃତ୍ୟୁ

Wear Mask

ଭୁବନେଶ୍ୱର: ରାଜ୍ୟରେ ପୁଣି ୬୦୦ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ ରାଜ୍ୟରେ ୬୨୩ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୯୫ ଜଣ ଅଛନ୍ତି।  ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୬୨ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୨୬୧ ରହିଛି। ଗତ କିଛିଦିନ ହେବ ରାଜ୍ୟରେ କରୋନା ସଂକ୍ରମଣ କମିଥିବା ବେଳେ ଏବେ ପୁଣି ଧୀରେ ଧୀରେ ସଂକ୍ରମଣ ବଢ଼ୁଥିବା ଦେଖିବାକୁ ମିଳିଛି। ଯାହା ଏବେ ଚିନ୍ତା ଜନକ ବିଷୟ।

Advertisment

ଚିହ୍ନଟ ନୂଆ ୬୨୩ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୩ ଜଣ, ବାଲେଶ୍ୱରରୁ ୨୮ ଜଣ, ବରଗଡ଼ ୩, ଭଦ୍ରକରୁ ୧୩ ଜଣ, କଟକରୁ ୭୪ ଜଣ, ଦେବଗଡ଼ରୁ ୨, ଢେଙ୍କାନାଳରୁ ୭ ଜଣ, ଗଜପତି ୧, ଗଞ୍ଜାମ ୧୨,  ଜଗତସିଂହପୁରରୁ ୨୯, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୬, କଳାହାଣ୍ଡି ୧, କନ୍ଧମାଳ ୧, କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୨୭୨ ଜଣ, କୋରାପୁଟରୁ ୪, ମୟୁରଭଞ୍ଜରୁ ୧୮ ଜଣ, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୪, ପୁରୀରୁ ୭ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୧୫ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲ୍‌ରୁ ୬୩ ଜଣ ଚିହ୍ନଟ ହୋଇଛନ୍ତି ।

Advertisment


— I & PR Department, Odisha (@IPR_Odisha) September 19, 2021


— I & PR Department, Odisha (@IPR_Odisha) September 19, 2021

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୦ ହଜାର ୨୪୪ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍‌ କେସ୍‌ ୫୭୩୬ ରହିଛି। ୧୦୦୬୩୨୦ ଜଣ ସୁସ୍ଥ ହୋଇଛନ୍ତି।

ବର୍ତ୍ତମାନ ପାର୍ବଣ ଋତୁ ଆରମ୍ଭ ହେଉଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ। ସମସ୍ତେ କରୋନା କଟକଣା ମାନିବାକୁ ଲୋକଙ୍କୁ ପରାମର୍ଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ। ଓଡ଼ିଶା ସରକାରଙ୍କ ପକ୍ଷରୁ ଟିକାକରଣ ଜାରି ରହିଛି। ଯେତିକି ପରିମାଣର ଟିକା ମିଳୁଛି, ସେହି ଅନୁସାରେ ଟିକା ଦିଆଯାଉଛି ବୋଲି ଡିଏମ୍ଇଟି କହିଛନ୍ତି। 

COVID19 Odisha Corona Update
Advertisment
Advertisment