Covid Cases
ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରେ ପୁଣି ୭ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ସହ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ସେମାନଙ୍କ ମଧ୍ୟରୁ ୧୨ ସୁସ୍ଥ ହୋଇସାରିଲେଣି । ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟ ୩୩ ରହିଥିବା ନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର । ସେହିଭଳି ଦେଶରେ ମାଡ଼ୁଛି କରୋନା । ୬ ହଜାର ମୁହାଁ କରୋନା ସଂକ୍ରମଣ । ଏବେ ସୁଦ୍ଧା ଚିହ୍ନଟ ହେଲେଣି ୫,୭୫୫ ଜଣ ଆକ୍ରାନ୍ତ । ଗତକାଲି ୩୯୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କେରଳରେ ସର୍ବାଧିକ ୧୨୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଚଳିତ ବର୍ଷ କରୋନାରେ ମୃତ୍ୟୁ ସଂଖ୍ୟା ୫୯କୁ ବୃଦ୍ଧି ପାଇଛି । ସ୍ଥିତିକୁ ଦେଖି ପବ୍ଲିକ୍ ଆଡଭାଇଜରୀ ଜାରି କରିଛନ୍ତି କେନ୍ଦ୍ର ସରକାର । ଅକ୍ସିଜେନ୍, ଆଇସୋଲେସନ ବେଡ୍, ଭେଣ୍ଟିଲେଟର ଓ ଆବଶ୍ୟକୀୟ ଔଷଧ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରତିଦିନ ଶହ ଶହ ସଂଖ୍ୟାରେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବାରୁ ରାଜ୍ୟଗୁଡ଼ିକ ସହ ବୈଠକ ପରେ କୋଭିଡ୍ ପାଇଁ ଗାଇଡଲାଇନ୍ ଜାରି କରିଛନ୍ତି କେନ୍ଦ୍ର ସରକାର। ରାଜ୍ୟଗୁଡ଼ିକୁ ଅକ୍ସିଜେନ୍, ଆଇସୋଲେସନ ବେଡ୍, ଭେଣ୍ଟିଲେଟର ଓ ଆବଶ୍ୟକ ଔଷଧ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କୋଭିଡ୍ ମୁକାବିଲା ଲାଗି ଅକ୍ସିଜେନ ଯୋଗାଣ ବ୍ୟବସ୍ଥା ସହ ଡାକ୍ତରଖାନା କେତେ ପ୍ରସ୍ତୁତ ଅଛନ୍ତି, ତାହାର ମକ୍ଡ଼୍ରିଲ୍ ବି ହୋଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1749369015.jpg)