Advertisment

ରାଜ୍ୟରେ ୨୪ ଘଣ୍ଟାରେ ୭୨୯୧ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ କମିଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୨୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୪୨୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୩୦୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅଦ୍ୟତନ ହୋଇଛି
Odisha reports 7291 Covid19 cases in last 24 hours

Odisha reports 7291 Covid19 cases in last 24 hours

Advertisment

ରାଜ୍ୟରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ କମିଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୨୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୪୨୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୩୦୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଉ ଏହାରି ମଧ୍ୟରେ ୦ରୁ ୧୮ ବୟସ୍କଙ୍କ ମଧ୍ୟରେ ୯୫୪ ଜଣ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ଆଜିର ସଂକ୍ରମଣ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୨ ଲକ୍ଷ ୧୧ ହଜାର ୯୫୧କୁ ବୃଦ୍ଧି ପାଇଛି ।

Advertisment

ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧,୭୦୫ ଜଣ ଚିହ୍ନଟ ହୋଇଥିବାବେଳେ, ଅନୁଗୁଳରୁ ୧୮୩ , ବାଲେଶ୍ୱରରୁ ୩୪୩ , ବରଗଡ଼ରୁ ୧୩୦, ଭଦ୍ରକରୁ ୯୭ , ବଲାଙ୍ଗିରରୁ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧରୁ ୫୫ , କଟକରୁ ୫୬୧ , ଦେବଗଡ଼ରୁ ୬୨, ଢେଙ୍କାନାଳରୁ ୯୬ , ଗଜପତିରୁ ୯୫ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

Advertisment

ଠିକ୍‌ ସେହିପରି ଗଂଜାମରୁ ୫୦, ଜଗତସିଂହପୁରରୁ ୧୨୧ , ଯାଜପୁରରୁ ୨୦୩ , ଝାରସୁଗୁଡ଼ାରୁ ୮୩, କଳାହାଣ୍ଡିରୁ ୧୭୩ , କନ୍ଧମାଳରୁ ୯୮ ଓ କେନ୍ଦ୍ରାପଡ଼ାରୁ ୧୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

କେବଳ ଏତିକି ନୁହେଁ କେନ୍ଦୁଝରରୁ ୧୩୨, କୋରାପୁଟରୁ ୧୧୧, ମାଲକାନଗିରିରୁ ୫୭ ଜଣ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ମୟୂରଭଂଜରୁ ୨୨୯ , ନବରଙ୍ଗପୁରରୁ୧୮୪, ନୟାଗଡରୁ ୧୯୨ , ନୂଆପଡ଼ାରୁ ୧୬୦ , ପୁରୀରୁ ୧୧୬, ରାୟଗଡ଼ାରୁ ୨୯୫ , ସମ୍ବଲପୁରରୁ ୧୭୬ , ସୋନପୁରରୁ ୨୮୨ , ସୁନ୍ଦରଗଡରୁ ୬୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟପୁଲରୁ ୩୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

Advertisment
Odisha COVID-19 Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ