Advertisment

‘ଲକ୍ଷଣ ବଦଳାଉଛି କରୋନା, ଆବଶ୍ୟକ ନଥିଲେ ଘରୁ ବାହାରନ୍ତୁ ନାହିଁ’

ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବୃଦ୍ଧି ପାଉଥିବା ଦେଖିବାକୁ ମିଳିଛି। କରୋନା ଏହାର ଲକ୍ଷଣ ବଦଳାଉ ଥିବାବେଳେ ଲୋକେ ବାହାରେ କଟକଣା ମାନୁ ନାହାନ୍ତି। ଯାହାକି ଏହା ଆଗକୁ ବିପଦ ସୃଷ୍ଟି କରିବ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
 Symptomatic People To Get Tested For Covid

Symptomatic People To Get Tested For Covid

ଭୁବନେଶ୍ୱର: ଲକ୍ଷଣ ବଦଳାଉଛି କରୋନା। ସାମାନ୍ୟ ଥଣ୍ଡା ଜ୍ୱର ହେଲେ ମଧ୍ୟ ଲୋକେ କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ତେଣୁ ଥଣ୍ଡା ଜ୍ୱର ହେବା ମାତ୍ରେ ତୁରନ୍ତ ଟେଷ୍ଟ କରିବାର ଆବଶ୍ୟକତା ରହିଛି। ଟେଷ୍ଟ କରାଇଲେ ନିଜେ ସୁରକ୍ଷିତ ହେବା ସହ ଅନ୍ୟମାନଙ୍କୁ ସୁରକ୍ଷିତ ରଖାଯାଇପାରିବ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି।

Advertisment

ରାଜ୍ୟରେ କରୋନା ସ୍ଥିତିକୁ ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ଲୋକେ ବାହାରେ କଟକଣା ମାନୁ ନାହାନ୍ତି। ଯାହାକି ଏହା ଆଗକୁ ବିପଦ ସୃଷ୍ଟି କରିବ। ଆବଶ୍ୟକ ନଥିଲେ ଘରୁ ବାହାରନ୍ତୁ ନାହିଁ। ସୁନ୍ଦରଗଡ ଓ ବୁର୍ଲାରେ ହୋଇଥିବା ସଂକ୍ରମଣକୁ ନେଇ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଭୀମସାର୍‌ ଓ ସୁନ୍ଦରଗଡ଼ରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ସେ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ବାହାର ପିଲା ଭିତରକୁ ପ୍ରବେଶ କରିବେ ନାହିଁ କି ଭିତର ପିଲା ବାହାରକୁ ଆସିପାରିବେ ନାହିଁ।  ଏଥିପାଇଁ ରାଜ୍ୟ ସରକାର, ସ୍ୱାସ୍ଥ୍ୟ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସଜାଗ ରହିଛନ୍ତି।

ଚିହ୍ନଟ ଆକ୍ରାନ୍ତଙ୍କ ଠାରେ ସିଭିଅର୍‌ଟି କମ୍‌ ରହିଛି। ତେଣୁ ଆତଙ୍କିତ ହେବାର କୌଣସି ଆବଶ୍ୟକତା ନାହିଁ। ଯେହେତୁ ହଷ୍ଟେଲରେ ପିଲାମାନେ ଏକାଠି ରହୁଛନ୍ତି, ତେଣୁ କିଛି ଛାତ୍ରଛାତ୍ରୀ ସଂକ୍ରମିତ ହୋଇଛନ୍ତି। ଏଥିପାଇଁ ହଷ୍ଟେଲରେ ସ୍ୱତନ୍ତ୍ର ଭାବରେ ସର୍ଭିଲାନ୍ସ କରାଯାଇଛି। ୪ ରୁ ୫ ଦିନ ମଧ୍ୟରେ ସଂକ୍ରମଣ ଆୟତ୍ତକୁ ଆସିବ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। 

Advertisment

ଅନ୍ୟପକ୍ଷରେ, ରାଜ୍ୟରେ କରୋନା ସ୍ଥିତି ନେଇ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜକୁମାର ଶର୍ମା କହିଛନ୍ତି, ସରକାର ନଜର ରଖିଛନ୍ତି। ସେଥିପାଇଁ ସଂକ୍ରମଣ ନିୟନ୍ତ୍ରଣରେ ରହିଛି। ଯେଉଁଠି ବଢୁଛି, ସେଠି ସ୍ୱତନ୍ତ୍ର ଭାବେ ଦୃଷ୍ଟି ଦିଆଯାଉଛି। ସଂକ୍ରମଣ ରୋକିବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଲାଗି ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି। 

COVID-19
Advertisment
Advertisment