Advertisment

୨୪ ଘଣ୍ଟାରେ ରାଜ୍ୟରେ ୧୦୫୮ କରୋନା ପଜିଟିଭ୍‌ ଚିହ୍ନଟ, ୬୪ ଆକ୍ରାନ୍ତ ମୃତ

ଗତ କିଛିଦିନ ଧରି ରାଜ୍ୟରେ ୧୧ ଶହ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହେଉ ଥିବାବେଳେ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳିଛି।ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୫୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ଅଦ୍ୟତନ ହୋଇଛି
୨୪ ଘଣ୍ଟାରେ ରାଜ୍ୟରେ ୧୦୫୮ କରୋନା ପଜିଟିଭ୍‌ ଚିହ୍ନଟ, ୬୪ ଆକ୍ରାନ୍ତ ମୃତ

odisha sees 1058 new covid cases

Advertisment

ଭୁବନେଶ୍ୱର: ଗତ କିଛିଦିନ ଧରି ରାଜ୍ୟରେ ୧୧ ଶହ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହେଉ ଥିବାବେଳେ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦୫୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୬୧୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୪୨ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଶୂନରୁ ୧୮ ବର୍ଷ ବୟସର ୧୩୮ ଜଣ ଅଛନ୍ତି। ଅଗଷ୍ଟ ୧୩ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। କ୍ୱାରେଣ୍ଟିନ୍‌ରୁ ୬୫୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୭୫ ଥିଲା।

Advertisment

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୩୨, ବାଲେଶ୍ୱରରୁ ୩୮, ବରଗଡ଼ରୁ ୧୧ ଭଦ୍ରକରୁ ୩୨, ବଲାଙ୍ଗିରରୁ ୨, ବୌଦ୍ଧରୁ ୩, କଟକରୁ ୧୬୨, ଦେବଗଡ଼ରୁ ୫, ଢେଙ୍କାନାଳରୁ୧୮, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩୭, ଯାଜପୁରରୁ ୭୭, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୮, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୩୨, କେନ୍ଦୁଝରରୁ ୪, ଖୋର୍ଦ୍ଧାରୁ ୩୭୬, କୋରାପୁଟରୁ ୪,  ମାଲକାନଗିରିିରୁ ୫, ମୟୂରଭଞ୍ଜରୁ ୩୭, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୧୭, ନୂଆପଡ଼ାରୁ ୫, ପୁରୀରୁ ୨୬, ରାୟଗଡ଼ାରୁ ୪, ସମ୍ବଲପୁରରୁ ୬, ସୋନପୁରୁ ୩, ସୁନ୍ଦରଗଡ଼ରୁ ୧୭ ଓ ଷ୍ଟେଟପୁଲରୁ ୮୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 

Advertisment


— I & PR Department, Odisha (@IPR_Odisha) August 15, 2021


Advertisment

— I & PR Department, Odisha (@IPR_Odisha) August 15, 2021

ସେହିପରି ରାଜ୍ୟରେ ଆଉ ୬୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୮୮୭ରେ ପହଞ୍ଚିଛି। ଖୋର୍ଦ୍ଧାରୁ ୧୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ନୟାଗଡ଼ରୁ ୧୩, କଟକରୁ ୧୨,  ସମ୍ବଲପୁରରୁ ୫, ସୁବର୍ଣ୍ଣପୁରରୁ ୪, ପୁରୀରୁ ୨, ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି ଓ ଯାଜପୁର କନ୍ଧମାଳ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। 

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୯୪,୫୬୫ରେ ପହଞ୍ଚିଛି। ତେବେ ଆକ୍ଟିଭ୍‌ କେସ୍‌ ୧୦,୪୨୮ ଥିବାବେଳେ ୯,୭୭,୧ର୯୭ ଜଣ ସୁସ୍ଥ ହୋଇଛନ୍ତି।

COVID19 Odisha Corona Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ