Advertisment

୨୪ ଘଣ୍ଟାରେ ରାଜ୍ୟରେ ୧୧୩୨ କରୋନା ପଜିଟିଭ୍‌ ଚିହ୍ନଟ, କଟକରେ ସର୍ବାଧିକ ଆକ୍ରାନ୍ତଙ୍କ ମୃତ

ରାଜ୍ୟରେ ପୁଣି ୧୧ଶହ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧୩ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୬୫୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୭୫ ରହିଛି।

୨୪ ଘଣ୍ଟାରେ ରାଜ୍ୟରେ ୧୧୩୨ କରୋନା ପଜିଟିଭ୍‌ ଚିହ୍ନଟ, କଟକରେ ସର୍ବାଧିକ ଆକ୍ରାନ୍ତଙ୍କ ମୃତ

Odisha sees 1132 new Covid cases

Advertisment

ଭୁବନେଶ୍ୱର: ରାଜ୍ୟରେ ପୁଣି ୧୧ଶହ ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧୩ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ରୁ ୬୫୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୭୫ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୪୧୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧୨ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୧୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। କ୍ୱାରେଣ୍ଟିନ୍‌ରୁ ୬୯୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୪୯୮ ଥିଲା।

Advertisment

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨୫, ବାଲେଶ୍ୱରରୁ ୭୦, ବରଗଡ଼ରୁ ୧୦, ଭଦ୍ରକରୁ ୧୪, ବଲାଙ୍ଗିରରୁ ୭, ବୌଦ୍ଧରୁ ୪, କଟକରୁ ୧୯୭, ଦେବଗଡ଼ରୁ ୪, ଢେଙ୍କାନାଳରୁ୧୧, ଗଜପତିରୁ ୬, ଗଞ୍ଜାମରୁ ୨, ଜଗତସିଂହପୁରରୁ ୪୨, ଯାଜପୁରରୁ ୨୯, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୭, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୨୭, କେନ୍ଦୁଝରରୁ ୧୫, ଖୋର୍ଦ୍ଧାରୁ ୪୧୦, କୋରାପୁଟରୁ ୩,  ମାଲକାନଗିରିିରୁ ୧୦, ମୟୂରଭଞ୍ଜରୁ ୪୦, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୩୧, ପୁରୀରୁ ୨୨, ରାୟଗଡ଼ାରୁ ୭, ସମ୍ବଲପୁରରୁ ୧୫, ସୁବର୍ଣ୍ଣପୁରରୁ୧, ସୁନ୍ଦରଗଡ଼ରୁ ୨୩ ଓ ଷ୍ଟେଟପୁଲରୁ ୯୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। 

Advertisment


— I & PR Department, Odisha (@IPR_Odisha) August 14, 2021


Advertisment

— I & PR Department, Odisha (@IPR_Odisha) August 14, 2021

ସେହିପରି ରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କଟକରୁ ୧୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ, ନୟାଗଡ଼ରୁ ୧୨, କେନ୍ଦ୍ରାପଡାରୁ ୯, ଅନୁଗୁଳରୁ ୫, ନବରଙ୍ଗପୁରରୁ ୪, ଯାଜପୁର, ଖୋର୍ଦ୍ଧା ଓ ସମ୍ବଲପୁରରୁ ୩ ଜଣ ଲେଖାଏ, ବାଲେଶ୍ୱର, ବରଗଡ଼, ବଲାଙ୍ଗିର, ଜଗତସିଂହପୁର, ପୁରୀରୁ ୨ ଜଣ ଲେଖାଏ, କୋରାପୁଟ, ମୟୂରଭଞ୍ଜରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୮୨୩ରେ ପହଞ୍ଚିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୯୩,୫୦୭ରେ ପହଞ୍ଚିଛି। ତେବେ ଆକ୍ଟିଭ୍‌ କେସ୍‌ ୧୦,୬୩୨ ଥିବାବେଳେ ୯,୭୫,୯୯୯ ଜଣ ସୁସ୍ଥ ହୋଇଛନ୍ତି।

Odisha COVID19 Odisha Corona Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ