• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

କରୋନାର ନୂଆ ଭ୍ୟାରିଆଣ୍ଟ ଓମିକ୍ରନ୍‌କୁ ନେଇ ଏବେ ସାରା ବିଶ୍ୱ ଆତଙ୍କିତ । ଦିନକୁ ଦିନ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଆଜି ଦେଶରେ ଦିନକରେ ୮,୮୯୧ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ୮୯୧କୁ ବୃଦ୍ଧି ପାଇଛି । କାଲି ଠାରୁ ଆଜି ୮.୩୧% ଅଧତ୍କ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଦେଶରେ ଦିନକରେ ୨ ଲକ୍ଷ ୩୮ ହଜାର ୧୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଦେଶରେ ଦୈନିକ ପଜିଟିଭିଟି ହାର ୧୪.୪୩ ପ୍ରତିଶତରେ ପହଞ୍ଚିଛି । ଦିନକରେ ୩୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ଭାରତରେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮୬ ହଜାର ୭୬୧କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ୮୯୧ରେ ପହଞ୍ଚିଛି । ଗତକାଲି ଠାରୁ ଆଜି ୮.୩୧ ପ୍ରତିଶତ ଅଧତ୍କ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଟ୍ୱିଟ୍ କରି ସୂଚନା ଦେଇଛି ।

ରାଜ୍ୟରେ ଆଜି ପୁଣି ୧୧,୦୮୬ କରୋନା ଆକ୍ରାନ୍ତ ଚିହ୍ନଟ । କ୍ୱାରେଣ୍ଟିନରୁ ୬୪୩୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୬୫୫ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୦୬୧ ଜଣ ରହିଛନ୍ତି । ତେବେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧତ୍କ ୩,୪୬୯ ଆକ୍ରାନ୍ତ ଚିହ୍ନଟ । ରାଜ୍ୟରେ ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୧ ଲକ୍ଷ ୫୫ ହଜାର ୪୮୭କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼ରୁ ୧୪୧୬ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୬୭, ଷ୍ଟେଟ୍‌ପୁଲ୍ରୁ ୭୫୯, ମୟୂରଭଞ୍ଜରୁ ୩୯୩, ବାଲେଶ୍ୱର- ୩୨୩, ସମ୍ବଲପୁର- ୩୦୨, ବଲାଙ୍ଗିର- ୩୦୦, ଯାଜପୁର- ୨୭୫, ଜଗତସିଂହପୁର- ୨୭୩ ଚିହ୍ନଟ ହୋଇଛନ୍ତି । ତେବେ ରାଜ୍ୟରେ ଏବେ ୮୦, ୯୧୪ ସକ୍ରିୟ ମାମଲା ରହିଛି ।