Advertisment

ନନ୍ଦ ସାର୍‌ଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର

ନନ୍ଦ ସାର ଅସୁସ୍ଥ ଅନୁଭବ କରି ତଳେ ପଡିଯିବାରୁ ତାଙ୍କୁ ଯାଜପୁର ଜିଲ୍ଲା ହେଡକ୍ୱାର୍ଟର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ କରୋନା ପଜିଟିଭ ଚିହ୍ନଟ ପରେ କୋଭିଡ଼ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା ।

author-image
Chandan Shishu
ଅଦ୍ୟତନ ହୋଇଛି
padmashree Nanda Sir

padmashree Nanda Sir

ଯାଜପୁର: ଶତାୟୁ ଚାଟଶାଳୀ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର। କୋଭିଡ୍ ଆକ୍ରାନ୍ତ ହୋଇ ନନ୍ଦ ସାର୍ ଯାଜପୁରରେ ଚିକିତ୍ସାଧୀନ ଥିଲେ। ଅବସ୍ଥା ଅଧିକ ଖରାପ ହେବାରୁ ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର ହୋଇଛନ୍ତି। ଶତାୟୁ ନନ୍ଦ କିଶୋର ପୃଷ୍ଟି ନିକଟରେ ପଦ୍ମଶ୍ରୀ ସମ୍ମାନ ଗ୍ରହଣ କରିଥିଲେ।

Advertisment

ନନ୍ଦ ସାର ଅସୁସ୍ଥ ଅନୁଭବ କରି ତଳେ ପଡିଯିବାରୁ ତାଙ୍କୁ ଯାଜପୁର ଜିଲ୍ଲା ହେଡକ୍ୱାର୍ଟର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ କରୋନା ପଜିଟିଭ ଚିହ୍ନଟ ପରେ କୋଭିଡ଼ ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିଲା । ନନ୍ଦ ସାର୍ ଯାଜପୁର କଳିଙ୍ଗନଗର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିବା ଡାକ୍ତର କହିଥିଲେ।

ସୁକିନ୍ଦା ବ୍ଳକ କନ୍ତିରା ଗ୍ରାମରେ ରହୁଥିବା ୧୦୪ ବର୍ଷୀୟ ନନ୍ଦ ପୃଷ୍ଟି ସମଗ୍ର ଦେଶରେ ଚାଟଶାଳୀ ଶିକ୍ଷକ ଭାବେ ପରିଚିତ । ଦୀର୍ଘ ୮୨ ବର୍ଷ ଧରି ସେ ମାଗଣାରେ ଶିକ୍ଷାଦାନ କରି ଆସୁଛନ୍ତି । ଯାହାକୁ ନେଇ ଜିଲ୍ଲା କି ରାଜ୍ୟ ନୁହେଁ ବରଂ ପୂରା ଦେଶରେ ଚର୍ଚ୍ଚା ଚାଲିଛି । ତାଙ୍କ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ରାଜ୍ୟ ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନ ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଥିଲେ । କେନ୍ଦ୍ର ସରକାର ଏହା ଉପରେ ବିଚାର କରି ନନ୍ଦ ସାରଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯିବାକୁ ଘୋଷଣା କରିଥିଲେ ।

Advertisment

ସେପଟେ ନନ୍ଦ ସାରଙ୍କ ବଡ଼ ପୁଅଙ୍କୁ ପଡ଼ୋଶୀ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା । ସୁକିନ୍ଦା ଥାନା କନ୍ତିରା ଗାଁରେ ଜମିଜମା ବିବାଦରୁ ନନ୍ଦ ସାରଙ୍କୁ ଧମକ ସହ ପୁଅଙ୍କୁ ଆକ୍ରମଣ ଅଭିଯୋଗ ହୋଇଥିଲା।

Bhubaneswar Corona Nanda Sir Padmashree Nanda Sir
Advertisment
Advertisment