ଅଗଷ୍ଟ ୧ ଯାଏ ବଢ଼ିଲା ଓଡ଼ିଶାରେ ଆଂଶିକ ଲକ୍‌ଡାଉନ୍‌

ଭୁବନେଶ୍ୱର: ରାଜ୍ୟରେ ଅଗଷ୍ଟ ୧ ଯାଏ ଆଂଶିକ ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରାଯାଇଛି। ଏନେଇ ଆଜି ମୁଖ୍ୟ ସଚିବ ଘୋଷଣା କରିଛନ୍ତି। 

ଲକ୍‌ଡାଉନ୍‌

ଭୁବନେଶ୍ୱର: ଆସନ୍ତାକାଲି ସକାଳ ୫ଟାରେ ରାଜ୍ୟରେ ଆଂଶିକ ଲକ୍‌ଡାଉନ୍‌ ଅବଧି ସରୁଥିବା ବେଳେ ଆଜି ରାଜ୍ୟ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଘୋଷଣା କରିଛନ୍ତି ମୁଖ୍ୟ ସଚିବ। ରାଜ୍ୟରେ ଅଗଷ୍ଟ ୧ ଯାଏ ଆଂଶିକ ଲକ୍‌ଡାଉନ୍‌ ଅବଧିକୁ ବୃଦ୍ଧି କରାଯାଇଛି। ଏନେଇ ମୁଖ୍ୟ ସଚିବ ଘୋଷଣା କରିଛନ୍ତି। କାଟେଗୋରୀ Aରେ ଥିବା ୨୦ ଜିଲ୍ଲା ଓ Bରେ ୧୦ ଜିଲ୍ଲାରେ କଟକଣା ପୂର୍ବପରି ବଳବତ୍ତର ରହିବ।

କ୍ୟାଟେଗୋରୀ A ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡା, ଢେଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର।

ସେହିପରି କ୍ୟାଟେଗୋରୀ B ଜିଲ୍ଲା ଗୁଡ଼ିକ ହେଲା- ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ।