/odishatv-khabar/media/post_attachments/uploadimage/library/16_9/16_9_0/ss_1640857405.jpg)
Religious Institutions In Bhubaneswar To Remain Closed
ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଧୀନରେ ଥିବା ସବୁ ଧର୍ମାନୁଷ୍ଠାନ ୩ ଦିନ ବନ୍ଦ ରହିବ। ଆସନ୍ତା କାଲିଠୁ ୨ ତାରିଖ ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ଧର୍ମାନୁଷ୍ଠାନ। ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଏମ୍ସି ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।
ରାଜ୍ୟରେ ଆଉ ୫ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। ୫ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ILS ପକ୍ଷରୁ ସୂଚନା ଦିଆଯାଇଛି । ଗତ ୨୧ ତାରିଖରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।
ସେପଟେ ଡିସେମ୍ବର ୩୧ ସକାଳ ୬ରୁ ଜାନୁଆରୀ ୨ ତାରିଖ ସନ୍ଧ୍ୟା ୮ଟା ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ଭଦ୍ରକର ବାବା ଆଖଣ୍ଡଳମଣିଙ୍କ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। କରୋନା ସଂକ୍ରମଣ ବଢ଼ୁଥିବାରୁ ଭିଡ଼କୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଛି। ଏହି ସମୟରେ ମନ୍ଦିର ଓ ପୀଠ ପରିସରରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯିବ।
ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୨୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷ କମ୍ ବର୍ଗର ୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟିନ୍ରୁ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୯୩ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)