Advertisment

ଏବେ ଖୋଲିବ ନାହିଁ ସ୍କୁଲ ଓ କଲେଜ୍‌

କ୍ୟାଟେଗୋରୀ A ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡା, ଢେଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର।

ଅଦ୍ୟତନ ହୋଇଛି
କାଲିଠୁ ସ୍କୁଲରେ ନାମଲେଖା ଆରମ୍ଭ

school

Advertisment

ଭୁବନେଶ୍ୱର: ରାଜ୍ୟରେ ଏବେ ଖୋଲିବ ନାହିଁ ସ୍କୁଲ ଓ କଲେଜ୍। ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସରକାର ପୁଣି ଥରେ ଆଂଶିକ ଲକଡାଉନ୍‌କୁ ବଢ଼ାଇଛନ୍ତି। ସୂଚନା ଅନୁସାରେ, କାଟେଗୋରୀ Aରେ ଥିବା ୨୦ ଜିଲ୍ଲା ଓ Bରେ ୧୦ ଜିଲ୍ଲାରେ କଟକଣା ପୂର୍ବପରି ବଳବତ୍ତର ରହିବ। ତେବେ ସ୍କୁଲ କେବେ ଖୋଲିବ ଓ ଅଫ୍‌ଲାଇନ୍‌ରେ କେବେ ପାଠ ପଢ଼ା ଆରମ୍ଭ ହେବ ସେନେଇ ଏବେ କୌଣସି ସୂଚନା ମିଳିନାହିଁ।

Advertisment

କ୍ୟାଟେଗୋରୀ A ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ସୁବର୍ଣ୍ଣପୁର, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ରାୟଗଡା, ଢେଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର।

ସେହିପରି କ୍ୟାଟେଗୋରୀ B ଜିଲ୍ଲା ଗୁଡ଼ିକ ହେଲା- ଖୋର୍ଦ୍ଧା, ପୁରୀ, ନୟାଗଡ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ।

Advertisment

ଏହାସହ, ଏଣିକି ସମଗ୍ର ରାଜ୍ୟରେ ବସ୍ ସେବା ପୁଣି ଥରେ ଆରମ୍ଭ ହେବ। ବସରେ ଯେତିକି ସିଟ୍ ସେତିକି ଲୋକ ଯିବାକୁ ଅନୁମତି ମିଳିବ ବୋଲି ସୂଚନା ମିଳିଛି। ଏହାସହ କେବଳ ପୁରୀରେ ଜୁଲାଇ ୨୫ ପର୍ଯ୍ୟନ୍ତ ବସ୍ ଚଳାଚଳକୁ ବାରଣ କରାଯାଇଛି। ସୂଚନା ଅନୁସାରେ, ଟ୍ୟାକ୍ସି, ଅଟୋ ରିକ୍ସା ସମଗ୍ର ରାଜ୍ୟରେ ଏଣିକି ଚଳାଚଳ କରିପାରିବ। ଦୋକାନ ବଜାର ଯେତିକି ସମୟ ଖୋଲିବ, ସେତିକି ସମୟ ଚାଲିବ ଟ୍ୟାକ୍ସି, ଅଟୋ ବୋଲି ମୁଖ୍ୟ ଶାସନ କହିଛନ୍ତି।

Advertisment

ଏହାସହ ସାରା ରାଜ୍ୟରେ ପାର୍ଲର, ସ୍ପା, ଜିମ୍, ସେଲୁନ କାଲିଠାରୁ ଖୋଲିବ। ବିନା ଦର୍ଶକରେ ଆଉଟଡୋର୍ ସ୍ପୋର୍ଟସକୁ ମଧ୍ୟ ସରକାର ଅନୁମତି ଦେଇଛନ୍ତି। ସାରା ରାଜ୍ୟରେ ଇନଡୋର ଓ ଆଉଟଡୋର ଫିଲ୍ମ ସୁଟିଂକୁ ମଧ୍ୟ ଅନୁମତି ଦିଆଯାଇଛି। ପାର୍କ, ମଲ୍, ସିନେମା ହଲ୍, ମେଳା, ପ୍ରଦର୍ଶନୀ, ଯାତ୍ରା କିନ୍ତୁ ବନ୍ଦ ରହିବ। ବାହାଘର, ଶୁଦ୍ଧିକ୍ରିୟା ପାଇଁ ଥିବା କଟକଣା ପୂର୍ବପରି ଜାରି ରହିବ। ସେହିପିରି ସ୍କୁଲ, କଲେଜ, କୋଚିଂ ସେଣ୍ଟର ପୂର୍ବପରି ବନ୍ଦ ରହିବ। ବାର୍ ବନ୍ଦ ରହିବ କିନ୍ତୁ ରେଷ୍ଟୁରାଣ୍ଟ ଖାଦ୍ୟ ପାର୍ସଲ ଦେଇପାରିବେ। କାଟେଗୋରୀ ବି ଜିଲ୍ଲାରେ ସାପ୍ତାହିକ ଓ ଦୈନିକ ହାଟ ବନ୍ଦ ରହିବ ବୋଲି ସରକାର ସୂଚନା ଦେଇଛନ୍ତି।

Odisha News Coronavirus COVID-19 LockdownExtended
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ