• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ଆସନ୍ତାକାଲିଠୁ ବନ୍ଦ । ବଢ଼ୁଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଯୋଗୁଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଆସନ୍ତା ଫେବ୍ରୁଆରୀ ପହିଲା ଯାଏଁ ଏହି କଟକଣା ବଳବତ୍ତର ରହିବ । ସମସ୍ତ ଧର୍ମାନୁଷ୍ଠାନରେ କେବଳ ଅଳ୍ପ ସଂଖ୍ୟକ ବ୍ୟକ୍ତି ଓ ମନ୍ଦିରରେ ନୀତିକାନ୍ତି ସହ ସଂପୃକ୍ତ ବ୍ୟକ୍ତିକୁ ଯିବାକୁ ଅନୁମତି ରହିଛି । ନିୟମକୁ କଡ଼ାକଡ଼ି ପାଳନ କରିବାକୁ ସ୍ଥାନୀୟ ପ୍ରଶାସନକୁ ଦାୟିତ୍ୱ ଦିଆଯାଇଛି । ବିଶେଷ ଭାବେ ଜିଲ୍ଲାର ପ୍ରମୁଖ ପୀଠ ଯେପରି ତାରାତାରିଣୀ, ମାଆ ବୁଢ଼ି ଠାକୁରାଣୀ, ସିଦ୍ଧ ଭୈରବୀ ସମେତ ପ୍ରମୁଖ ଗିର୍ଜା ଓ ମସ୍‌ଜିଦ୍‌ରେ ଭିଡ଼ ଯେପରି ହେବନି ସେ ଦିଗରେ ଗୁରୁତ୍ୱ ଦିଆଯାଇଛି ।

ଅନ୍ୟପଟେ ଆସନ୍ତା ସୋମବାର ଠାରୁ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିବ । ସଂକ୍ରମଣ ବଢୁଥିବା କାରଣରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ନିଷ୍ପତ୍ତି । ଛତିଶା ନିଯୋଗ-ଶ୍ରୀମନ୍ଦିର ପ୍ରଶାସନ ବୈଠକରେ ବନ୍ଦ ନିଷ୍ପତ୍ତି । ଶ୍ରୀମନ୍ଦିର ବନ୍ଦ ନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସୂଚନା ।

ଆସନ୍ତା ସୋମବାରଠୁ ସାଧାରଣ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ କରୋନା ସଂକ୍ରମଣ ବଢୁଥିବା କାରଣରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ନିଷ୍ପତ୍ତି ନିଆଯାଇଛି । ଗତକାଲି ଅନୁଷ୍ଠିତ ଛତିଶା ନିଯୋଗ-ଶ୍ରୀମନ୍ଦିର ପ୍ରଶାସନ ମଧ୍ୟରେ ବସିଥିବା ବୈଠକ ପରେ ଏହି ନିଷ୍ପତ୍ତି ନିଆଯାଇଛି । ଜାନୁଆରୀ ୧୦ରୁ ଜାନୁଆରୀ ୩୧ ତାରିଖ ଯାଏଁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି ।

ଶ୍ରୀମନ୍ଦିର ବନ୍ଦ ନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ସୂଚନା ଦେଇଛନ୍ତି । ରାଜ୍ୟରେ ଓମିକ୍ରନ ସଂକ୍ରମଣ ବଢି ଚାଲିଥିବା ବେଳେ ଏପଟେ ଶ୍ରୀମନ୍ଦିରର କିଛି କର୍ମଚାରୀ ଓ ସେବାୟତ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଓମିକ୍ରନ୍ ମୁକାବିଲା ପାଇଁ ମଧ୍ୟ ସଜାଗ ପୁରୀ ଜିଲ୍ଲା ପ୍ରଶାସନ । ଜିଲ୍ଲାରେ ସଂକ୍ରମଣ ରୋକିବା ପାଇଁ ରେଳଷ୍ଟେସନ, ବସଷ୍ଟାଣ୍ଡରେ ବାହାରୁ ଆସୁଥିବା ପର୍ଯ୍ୟଟକଙ୍କ ଉପରେ ପ୍ରଶାସନ କଡ଼ା ନଜର ରଖିଛି । ହୋଟେଲମାନଙ୍କରେ କୋଭିଡ ନିୟମ କଡାକଡି ପାଳନ କରିବା ପାଇଁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଛି । ସେହିଭଳି ପୂର୍ବରୁ କୋଭିଡ ସଂକ୍ରମଣକୁ ଦୃଷ୍ଟିରେ ରଖି ଜିରୋ ନାଇଟ ସେଲିବ୍ରେସନ ବ୍ୟାନ୍ କରାଯାଇଥିଲା ।

OTV is now on Whatsapp

Join and get latest news update delivered to you via whatsapp

Join Now