Advertisment

କମୁଛି ସଂକ୍ରମଣ ହାର: ଦିନକରେ ୫ ହଜାର ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଉ ୫ ହଜାର ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ରାଜ୍ୟରେ ଆଉ ମାସେ ଅର୍ଥାତ୍‌ ଫେବୃଆରୀ ୨୮ ପର୍ଯ୍ୟନ୍ତ କରୋନା କଟକଣାକୁ ବୃଦ୍ଧି କରାଯାଇଛି। ଦେଶରେ କରୋନାର ନୂଆ ଭାରିଆଣ୍ଟ୍ ଓମିକ୍ରନ୍‌ ସଂକ୍ରମଣର ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ସବୁ ରାଜ୍ୟର ମୁଖ୍ୟ ସଚିବଙ୍କୁ କେନ୍ଦ୍ର ଗୃହ ସଚିବ ଅଜୟ ଭାଲ୍ଲା ଚିଠି କରି ଜଣାଇଛନ୍ତି।

ଅଦ୍ୟତନ ହୋଇଛି
Covid19

Covid19

Advertisment

ଦିନକୁ ଦିନ ରାଜ୍ୟରେ ସଂକ୍ରମଣ ହାର କମିବାରେ ଲାଗିଛି । ରାଜ୍ୟରେ ଆଉ ୫ ହଜାର ୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୨,୯୩୨ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୨,୧୨୫ ଜନ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୬୬୭ ଜଣ ଚିହ୍ନଟ ହୋଇଛନ୍ତି । ସବୁଦିନ ଭଳି ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧତ୍କ ୧,୧୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ମଧ୍ୟ ସଂକ୍ରମଣ ସଂଖ୍ୟା କମିବାରେ ଲାଗିଛି । କଟକରୁ ୪୯୫, ସୁନ୍ଦରଗଡ଼ରୁ ୪୨୯, ଷ୍ଟେଟ୍ ପୁଲ୍‌ରୁ ୨୨୫, ନୟାଗଡ଼ରୁ ୨୧୭, ବାଲେଶ୍ୱରରୁ ୨୦୨, ନୂଆପଡ଼ାରୁ ୧୯୦, ସମ୍ବଲପୁରରୁ ୧୭୯, କଳାହାଣ୍ଡିରୁ ୧୪୦, ନବରଙ୍ଗପୁରରୁ ୧୩୬, ମୟୂରଭଞ୍ଜରୁ ୧୩୫, ବଲାଙ୍ଗିରରୁ ୧୩୩, ଅନୁଗୁଳରୁ ୧୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୨ ଲକ୍ଷ ୩୬ ହଜାର ୨୨୬କୁ ବୃଦ୍ଧି ପାଇଛି ।

ରାଜ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅଡିଟ୍ ପ୍ରୋସେସ୍‌ରେ ଆଉ ୧୦ ଜଣଙ୍କ ମୃତ୍ୟୁ ନେଇ ସ୍ୱାସ୍ଥ୍ୟ ବିଭାଗର ସୂଚନା ମିଳିଛି । କେବଳ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ପୁରୀ, ରାୟଗଡ଼ା ଓ ମୟୂରଭଞ୍ଜ, ଯାଜପୁର, ଜଗତସିଂହପୁର, ଢେଙ୍କାନାଳ, କଟକ ଓ ଭରକରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୫୬୦କୁ ବୃଦ୍ଧି ପାଇଛି ।

Advertisment

ତେବେ ରାଜ୍ୟରେ ଆଉ ମାସେ ଅର୍ଥାତ୍‌ ଫେବୃଆରୀ ୨୮ ପର୍ଯ୍ୟନ୍ତ କରୋନା କଟକଣାକୁ ବୃଦ୍ଧି କରାଯାଇଛି। ଦେଶରେ କରୋନାର ନୂଆ ଭାରିଆଣ୍ଟ୍ ଓମିକ୍ରନ୍‌ ସଂକ୍ରମଣର ସ୍ଥିତିକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଏନେଇ ସବୁ ରାଜ୍ୟର ମୁଖ୍ୟ ସଚିବଙ୍କୁ କେନ୍ଦ୍ର ଗୃହ ସଚିବ ଅଜୟ ଭାଲ୍ଲା ଚିଠି କରି ଜଣାଇଛନ୍ତି।

ଦେଶରେ ୩୪ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୪୦୭ ଜିଲ୍ଲାରେ ପଜିଟିଭିଟି ରେଟ୍ ୧୦% ଉପରେ ରହିଛି। ଏହାକୁ ଦୃଷ୍ଟିରେ ରଖି କଟକଣା ବଢା ଯାଇଥିବା ବେଳେ ରାଜ୍ୟମାନେ କରୋନା କଟକଣା ପାଳନକୁ କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ପରିସ୍ଥିତି ଦେଖି କଣ୍ଟେନମେଣ୍ଟ ଘୋଷଣା ଓ ପ୍ରତ୍ୟାହାର ନେଇ ନିର୍ଦ୍ଦେଶ ରହିଛି। ଟେଷ୍ଟ, ଟ୍ରାକ୍, ଟ୍ରିଟ୍, ଟିକାକରଣ ଓ କୋଭିଡ଼ ନିୟମ ପାଳନ ପ୍ରତି ଗୁରୁତ୍ୱ ଦେବାକୁ ସବୁ ରାଜ୍ୟ ଗୁଡ଼ିକୁ ପରାମର୍ଶ ଦିଆଯାଇଛି।

Advertisment

ମହାମାରୀ କରୋନା ପାଇଁ ଦିଲ୍ଲୀରେ ଲାଗୁ ହୋଇଥିବା କଟକଣା କିଛିକାଂଶରେ ପ୍ରତ୍ୟାହାର କରାଯାଇଛି। ଏବେ ସଂକ୍ରମଣ କମିଥିବାରୁ ଦିଲ୍ଲୀ ସରକାର କଟକଣା ହଟାଇଛନ୍ତି। ଦିଲ୍ଲୀ ସରକାର କିଛି ପ୍ରତିବନ୍ଧକ ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି। ରାଜଧାନୀରେ ସପ୍ତାହାନ୍ତ କର୍ଫ୍ୟୁ ଉଠାଇ ଦିଆଯାଇଛି। ଏହା ବ୍ୟତୀତ ବର୍ତ୍ତମାନ ସିନେମା ହଲ୍ ଗୁଡିକ ୫୦ ପ୍ରତିଶତ କ୍ଷମତା ସହିତ ଖୋଲିବାକୁ ଅନୁମତି ଦିଆଯାଇଛି।

Odisha COVID19
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ