• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ୍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି । ୫ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ILS ପକ୍ଷରୁ ସୂଚନା ଦିଆଯାଇଥିଲା। ଓମିକ୍ରନ୍ ଆକ୍ରାନ୍ତଙ୍କ ସଂପର୍କରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ଯେ ୫ ନୂଆ ଓମିକ୍ରନ୍ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ବିଦେଶ ଫେରନ୍ତା। କତାର, କଙ୍ଗୋ, ୟୁଏଇ ଆଦି ଦେଶରୁ ସଂପୃକ୍ତ ବ୍ୟକ୍ତି ଫେରିଛନ୍ତି। ସଂକ୍ରମିତ ପଞ୍ଚମ ବ୍ୟକ୍ତି କୌଣସି ବିଦେଶ ଗସ୍ତ କରିନାହାନ୍ତି। ତେବେ ସେ ରାୟପୁର ଓ ହାଇଦ୍ରାବାଦ ଗସ୍ତ କରିଥିବା ଜଣାପଡ଼ିଛି।

ସମସ୍ତ ୫ ଜଣଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇଛି। ସେଥିରୁ ଜଣକର ପଜିଟିଭ ମିଳିଛି, ଜିନମ ସିକ୍ୟୁଏନସିଂ ପାଇଁ ଯାଇଛି। ଆକ୍ରାନ୍ତ ସମସ୍ତ ୫ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି। ୨୧ ତାରିଖରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଆଉ ମାତ୍ର ୧୦ ଦିନ ଭିତରେ ଚିହ୍ନଟ ହେଲେଣି ୧୪ ଜଣ ସଂକ୍ରମିତ । ILS ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ଏସମ୍ପର୍କରେ ଅବଗତ କରାଯାଇଛି ।