Advertisment

ଓଡ଼ିଶା ଆସିବା ପାଇଁ ହଟିଲା କଟକଣା

ବାହାର ରାଜ୍ୟରୁ ଓଡ଼ିଶା ଆସିବା ପାଇଁ ଥିବା କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି। ଏଣିକି ବାହାର ରାଜ୍ୟରୁ ଓଡ଼ିଶା ଆସୁଥିବା ବ୍ୟକ୍ତିଙ୍କୁ କରୋନା ଟେଷ୍ଟ ରିପୋର୍ଟ(ଆଣ୍ଟିଜେନ୍‌/ RTPCR ନେଗେଟିଭ ରିପୋର୍ଟ) କିମ୍ବା କରୋନା ଟିକାର ଦ୍ୱିତୀୟ ଡୋଜ୍ ପ୍ରମାଣପତ୍ର ମଧ୍ୟ ଆବଶ୍ୟକ ନାହିଁ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ଓଡ଼ିଶା ଆସିବା ପାଇଁ ହଟିଲା କଟକଣା

people come from other states

ଭୁବନେଶ୍ୱର: ବାହାର ରାଜ୍ୟରୁ ଓଡ଼ିଶା ଆସିବା ପାଇଁ ଥିବା କଟକଣାକୁ ପ୍ରତ୍ୟାହାର କରି ନିଆଯାଇଛି। ଏଣିକି ବାହାର ରାଜ୍ୟରୁ ଓଡ଼ିଶା ଆସୁଥିବା ବ୍ୟକ୍ତିଙ୍କୁ କରୋନା ଟେଷ୍ଟ ରିପୋର୍ଟ(ଆଣ୍ଟିଜେନ୍‌/ RTPCR ନେଗେଟିଭ ରିପୋର୍ଟ) କିମ୍ବା କରୋନା ଟିକାର ଦ୍ୱିତୀୟ ଡୋଜ୍ ପ୍ରମାଣପତ୍ର ମଧ୍ୟ ଆବଶ୍ୟକ ନାହିଁ। ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। 

Advertisment

ସୂଚନାଥାଉ କି, ପୂର୍ବରୁ ବାହାର ରାଜ୍ୟରୁ ଓଡ଼ିଶା ଆସୁଥିବା ବ୍ୟକ୍ତିଙ୍କୁ ଆଣ୍ଟିଜେନ୍‌ ଟେଷ୍ଟ କିମ୍ବା RTPCR ଟେଷ୍ଟ ରିପୋର୍ଟ ନେଗେଟିଭ୍‌ ଦେଖାଇବାକୁ ପଡ଼ୁଥିଲା। ନଚେତ୍‌ କରୋନା ଟିକାର ଦ୍ୱିତୀୟ ଡୋଜ୍ ପ୍ରମାଣପତ୍ର ଦେଖାଇବାକୁ ପଡ଼ୁଥିଲା। ହେଲେ ଏବେ ଏସବୁର କିଛି ଆବଶ୍ୟକତା ପଡ଼ିବ ନାହିଁ। 

ରାଜ୍ୟରେ ୧୩୧୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ସର୍ବାଧିକ ୪୧୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୭୬୨ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କେସ୍‌ ୫୫୩ ରହିଛି। କଟକରୁ ୧୯୮ ଚିହ୍ନଟ ହୋଇଛନ୍ତି। ସେହିପରି ରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬,୧୬୮ରେ ପହଞ୍ଚିଛି। 

Advertisment
Odisha COVID-19
Advertisment
Advertisment