/odishatv-khabar/media/post_attachments/uploadimage/library/16_9/16_9_0/IMAGE_1627544582.jpg)
10-year-old boy hacked to death
ଧର୍ମଗଡ଼: ୧୦ ବର୍ଷର ଶିଶୁକୁ ଗୋଡ଼ାଇ ଗୋଡ଼ାଇ ହତ୍ୟା। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଥୁଆମୂଳ ଭଟାଗୁଡା ଗାଁରେ ବୁଧବାର ଅପରାହ୍ଣରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଗାଁର ଘାସିରାମ ମାଝୀଙ୍କ ୧୦ ବର୍ଷର ପୁଅ ଅନିଲ ମାଝି। ଅନିଲକୁ ବଞ୍ଚାଇବାକୁ ଯାଇ ତାଙ୍କ ବଡ଼ ଭାଇ ଓ ଅନ୍ୟ ଜଣେ ବୃଦ୍ଧ ମଧ୍ୟ ଆକ୍ରମଣର ଶିକାର ହୋଇଛନ୍ତି।
ସୂଚନା ଅନୁସାରେ, ଭଟାଗୁଡା ଗାଁର ଘାସିରାମ ମାଝୀ ଓ ଜୟସିଂ ଜାନୀ(୪୨)ଙ୍କ ମଧ୍ୟରେ ପୂର୍ବରୁ ତିକ୍ତତା ଲାଗି ରହିଥିଲା। ଗତକାଲି ପୁଣି ଥରେ ଉଭୟ ପରିବାର ମଧ୍ୟରେ କଳହ ହୋଇଥିଲା। ଏହା ଉଗ୍ର ରୂପ ଧାରଣ କରିବାରୁ ନିଶାସକ୍ତ ଅବସ୍ଥାରେ ଥିବା ଜୟସିଂ ହାତରେ ଟାଙ୍ଗିଆ ଧରି ଘାସିରାମଙ୍କ ପୁଅ ଅନିଲକୁ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ଏହି ସମୟରେ ଅନିଲଙ୍କୁ ବଞ୍ଚାଇବାକୁ ତାଙ୍କ ବଡ଼ ଭାଇ ଦେବାନନ୍ଦ ଚେଷ୍ଟା କରିବାରୁ ଜୟସିଂ ତାଙ୍କୁ ଧନୁତୀରରେ ଆକ୍ରମଣ କରିଥିଲେ। ଦେବାନନ୍ଦଙ୍କ ଗୋଡ଼ରେ ଆଘାତ ଲାଗିଥିବା ବେଳେ ତାଙ୍କୁ ଥୁଆମୁଳ ରାମପୁର ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
Also Read
କେବଳ ସେତିକି ନୁହେଁ, ଜୟସିଂଙ୍କୁ କାବୁ କରିବାକୁ ଚେଷ୍ଟା କରୁଥିବା ବେଳେ ଗାଁର ବୃଦ୍ଧ ତାମା ଜାନୀଙ୍କୁ ମଧ୍ୟ ସେ ଆକ୍ରମଣ କରିବାକୁ ପଛାଇ ନଥିଲେ। ଏଥିରେ ତାମା ଜାନୀ ସାମାନ୍ୟ ହୋଇଥିବା ଅଭିଯୋଗ ଆସିଛି। ଅଭିଯୋଗ ପରେ ଥୁଆମୂଳ ରାମପୁର ଥାନା ଅଧିକାରୀ ଗୋବିନ୍ଦ ମାଝୀ ଓ ତାଙ୍କ ଟିମ୍ ଘଟଣା ୟସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିଛନ୍ତି। ଆଜି ଭବାନୀପାଟଣାରୁ ସାଇଣ୍ଟିଫିକ୍ ଟିମ୍ ଭଟାଗୁଡା ଗାଁରେ ପହଞ୍ଚି ଘଟଣାସ୍ଥଳରେ ତଦନ୍ତ କରୁଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)