/odishatv-khabar/media/post_attachments/uploadimage/library/16_9/16_9_0/Encounter_1712381450.jpg)
Encounter
ଛତିଶଗଡ଼ ବିଜାପୁରରେ ସୁରକ୍ଷାକର୍ମୀ ଜାରି ରଖଛନ୍ତି ସର୍ଚ୍ଚ ଅପରେସନ୍ । ଆଜି ବିଜାପୁରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା । ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୩ ମାଓବାଦୀ । ଏନକାଉଣ୍ଟରରେ ୩ ମାଓବାଦୀଙ୍କ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ବିଜାପୁର ଏସ୍ପି ଜିତେନ୍ଦ୍ର ଯାଦବ ।
ବିଜାପୁର ଏସ୍ପି ଜିତେନ୍ଦ୍ର ଯାଦବଙ୍କ ସୂଚନା ଅନୁସାରେ, ବିଜାପୁର କରିଗୁଟା ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ୍ ଜାରି ରହିଥିଲା । ଏହି ସମୟରେ ମାଓବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଗୁଳିମାଡ଼ କରିଥିଲେ । ତେବେ ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ୩ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି । ଏଥିସହ ଘଟଣାସ୍ଥଳରୁ ଗୋଟିଏ LMG, AK-47 ବନ୍ଧୁକ ସହ ବିପୁଳ ବିସ୍ଫୋରକ ଜବତ କରାଯାଇଛି । ତେବେ ଏବେ ବି ଜଙ୍ଗଲ ଭିତରେ ଗୁଳି ବିନିମୟ ଚାଲିଥିବା ସୂଚନା ମିଳିଛି ।
ଲୋକସଭା ନିର୍ବାଚନ ଘୋଷଣା ହେବା ପରଠାରୁ ଛତିଶଗଡ଼ର ବିଭିନ୍ନ ସ୍ଥାନରେ ସର୍ଚ୍ଚ ଅପରେସନ୍ ଜାରି ରଖିଛନ୍ତି ସୁରକ୍ଷାକର୍ମୀ । ଏହା ପୂର୍ବରୁ ଏପ୍ରିଲ୍ ୨ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଥିଲା । ବିଜାପୁର ଜିଲ୍ଲାର ଗଙ୍ଗଲୁର ଜଙ୍ଗଲରେ ପୋଲିସ ମାଓବାଦୀ ମଧ୍ୟରେ ବଡ଼ ଧରଣର ଗୁଳି ବିନିମୟ ହୋଇଥିଲା । ଏଥିରେ ୯ ହାର୍ଡକୋର ମାଓବାଦୀ ମୃତ୍ୟୁବରଣ କରିଥିଲେ । ଘଟଣାସ୍ଥଳରୁ ପୋଲିସ୍ ୯ ନକ୍ସଲଙ୍କ ମୃତଦେହ ଉଦ୍ଧାର କରିବା ସହ AK-47, ଏଲ୍ଏମ୍ଜି, ଅଟୋମେଟିକ୍ ବନ୍ଧୁକ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଥିଲା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)