Advertisment

ଏସିଏଫ ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲା : ୩ଶହ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଂଜନ ମହାପାତ୍ରଙ୍କ ରହସ୍ୟ ଜନକ ମୃତ୍ୟୁ ମାମଲାରେ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ୩ଶହ ପୃଷ୍ଠାର ଚାର୍ଜସିରେ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କୁ କ୍ଲିନଚିଟ୍ ଦି‌ଆଯିବା ସହ ସୌମ୍ୟରଂଜନଙ୍କ ପତ୍ନୀ ବିଦ୍ୟାଭାରତୀଙ୍କୁ ଘଟଣା ପାଇଁ ଦାୟୀ କରିଛି କ୍ରାଇମବ୍ରାଞ୍ଚ ।

acf-death-case-crime

acf-death-case-crime

Advertisment

ପାରଳାଖେମୁଣ୍ଡି : ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଂଜନ ମହାପାତ୍ରଙ୍କ ରହସ୍ୟ ଜନକ ମୃତ୍ୟୁ ମାମଲାରେ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ୩ଶହ ପୃଷ୍ଠାର ଚାର୍ଜସିରେ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କୁ କ୍ଲିନଚିଟ୍ ଦି‌ଆଯିବା ସହ ସୌମ୍ୟରଂଜନଙ୍କ ପତ୍ନୀ ବିଦ୍ୟାଭାରତୀଙ୍କୁ ଘଟଣା ପାଇଁ ଦାୟୀ କରିଛି କ୍ରାଇମବ୍ରାଞ୍ଚ । ଗତରାତିରେ ଏହି ଚାର୍ଜସିଟ ପାରଳାଖେମୁଣ୍ଡି କୋର୍ଟରେ ଦାଖଲ କରାଯାଇଛି ।

Advertisment

ଜୁଲାଇ ୧୨ ରାତିରେ କିଛି କାଗଜ ପୋଡିବା ବେଳେ ସୌମ୍ୟରଂଜନଙ୍କ ଦେହରେ ଦୁର୍ଘଟଣାବଶତଃ ନିଆ ଲାଗିଯାଇଥିଲା । ଯାହା ଫଳରେ ସେ ୯୫ ପ୍ରତିଶତ ପୋଡି ହୋଇଯାଇଥିଲେ । କିନ୍ତୁ ସେହି ସମୟରେ ସୌମ୍ୟଙ୍କ ସହ ଥିବା ତାଙ୍କ ପତ୍ନୀ ବିଦ୍ୟାଭାରତୀ ସୌମ୍ୟଙ୍କୁ ଉଦ୍ଧାର କରିବା ପାଇଁ କୌଣସି ପଦକ୍ଷେପ ଗ୍ରହଣ କରିନଥିଲେ । ନିଜେ ନିଆଁ ଲିଭାଇନଥିଲେ କି ଲିଭାଇବାକୁ କାହାକୁ ଡାକି ନଥିଲେ। ତେଣୁ ସୌମ୍ୟରଞ୍ଜନଙ୍କ ଶରୀର ୯୫ ପ୍ରତିଶତ ପୋଡି ହୋଇଯାଇଥିଲା ଏବଂ ଶେଷରେ ତାଙ୍କର ମୃତ୍ୟୁ ହୋଇଥିଲା । ଏନେଇ ବିଦ୍ୟାଭାରତୀଙ୍କ ନାଁରେ ମାମଲା ରୁଜୁ କରାଯାଇଛି। ବିଦ୍ୟାଭାରତୀଙ୍କ ନାଁରେ ଦଫା ୨୮୫ ଓ ୩୦୪ (ଏ) ଲଗାଯାଇଛି ବୋଲି ଏଡିଜି ରହିଛନ୍ତି। ପରେ ମାମଲାର ଗମ୍ଭୀରତାକୁ ଦେଖି ଏହାକୁ କ୍ରାଇମବ୍ରାଞ୍ଚକୁ ସ୍ଥାନାନ୍ତର କରାଯାଇଥିଲା।

ଏହି ଘଟଣାରେ ପାରଳାଖେମୁଣ୍ଡି ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷୟା ମନ୍ନମଥ କୁମ୍ଭଙ୍କ ବିରୁଦ୍ଧରେ ସୌମ୍ୟଙ୍କ ବାପା ଅଭିରାମ ମହାପାତ୍ର ଯେଉଁ ଅଭିଯୋଗ ଆଣିଥିଲେ, ସେଥିରେ କୌଣସି ପ୍ରମାଣ ମିଳିପାରିନଥିବାରୁ ସେମାନଙ୍କୁ କ୍ଳିନଚିଟ ଦେଇଛି କ୍ରାଇମବ୍ରାଞ୍ଚ । ତଦନ୍ତ ବେଳେ ପ୍ରାୟ ୮୦ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯିବା ସହ ଅଭିଯୁକ୍ତ ମାନଙ୍କ ପଲିଗ୍ରାଫ ଟେଷ୍ଟ କରାଯାଇଥିବା କ୍ରାଇମବ୍ରାଞ୍ଚ ଡିଏସପି କହିଛନ୍ତି ।

Advertisment

ସୂଚନାଯୋଗ୍ୟ, ଜୁଲାଇ ୧୨ ତାରିଖ ରାତିରେ ସୌମ୍ୟରଞ୍ଜନ ପାରଳାଖେମୁଣ୍ଡି ସ୍ଥିତ ତାଙ୍କ ସରକାରୀ କ୍ୱାର୍ଟର୍ସରେ ସନ୍ଦେହଜନକ ଭାବେ ପୋଡ଼ି ହୋଇ ଗୁରୁତର ହୋଇପଡ଼ିଥିଲେ। ୧୩ ତାରିଖରେ କଟକର ଏକ ଘରୋଇ ହସ୍‌ପିଟାଲ୍‌ରେ ତାଙ୍କର ମୃତ୍ୟୁ ଘଟିଥିଲା।

Advertisment
Soumya Ranjan Mohapatra ACF Death
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ