Advertisment

ସୌମ୍ୟଙ୍କ ଦୁଇ ସହକର୍ମୀ ACF ଓ ରୋଷେୟାଙ୍କୁ କ୍ରାଇମବ୍ରାଞ୍ଚର ଜେରା

ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚର ମାରାଥନ ଜେରା। ଏହି ମାମଲାରେ ସୌମ୍ୟଙ୍କ ଦୁଇ ସହକର୍ମୀ ଏସିିଏଫ୍‌ଙ୍କୁ କ୍ରାଇମବ୍ରାଞ୍ଚ ଜେରା କରିଛି। ଲଗାତର ୪ ଘଣ୍ଟା ଧରି କ୍ରାଇମବ୍ରାଞ୍ଚର ଟିମ୍‌ ସେମାନଙ୍କୁ ପଚରାଉଚରା କରିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
ସୌମ୍ୟଙ୍କ ଦୁଇ ସହକର୍ମୀ ACF ଓ ରୋଷେୟାଙ୍କୁ କ୍ରାଇମବ୍ରାଞ୍ଚର ଜେରା

ACF soumya ranjan mohapatra

ପାରଳାଖେମୁଣ୍ଡି: ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ACF ସୌମ୍ୟ ରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚର ମାରାଥନ ଜେରା। ଏହି ମାମଲାରେ ସୌମ୍ୟଙ୍କ ଦୁଇ ସହକର୍ମୀ ଏସିିଏଫ୍‌ଙ୍କୁ କ୍ରାଇମବ୍ରାଞ୍ଚ ଜେରା କରିଛି। ଲଗାତର ୪ ଘଣ୍ଟା ଧରି କ୍ରାଇମବ୍ରାଞ୍ଚର ଟିମ୍‌ ସେମାନଙ୍କୁ ପଚରାଉଚରା କରିଛି। ଏବେ ମାମଲାରେ ଅନ୍ୟ ୪ ଜଣଙ୍କୁ ପଚରାଉଚରା କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ନେଇ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଏସ୍‌ପି ଜ୍ଞାନରଞ୍ଜନ ମିଶ୍ର।

Advertisment

ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ, ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଓ ରୋଷେୟାଙ୍କ ବିରୋଧରେ ହତ୍ୟା ସହ ଅପରାଧିକ ଷଡ଼ଯନ୍ତ୍ର ଭଳି ସଙ୍ଗୀନ ଦଫା ଲାଗିଛି। ଏମାନଙ୍କ ବିରୋଧରେ ସୌମ୍ୟଙ୍କ ପରିବାର ଲୋକେ ବି ଅଭିଯୋଗ ଆଣିଛନ୍ତି। ସମ୍ପୃକ୍ତ ରୋଷେୟା ଏହି ମାମଲାର ଅନ୍ୟତମ ପ୍ରତ୍ୟକ୍ଷଦର୍ଶୀ ବୋଲି କୁହାଯାଉଛି। ତେଣୁ ଘଟଣା ଦିନ ରାତିରେ କେମିତି ସୌମ୍ୟଙ୍କ ଦେହରେ ନିଆଁ ଲାଗିଥିଲା ଓ ସେ କ’ଣ ଦେଖିଥିଲେ, ଏ ସଂପର୍କରେ କ୍ରାଇମବ୍ରାଞ୍ଚ ପକ୍ଷରୁ ତାଙ୍କୁ ଜେରା କରିଥିବା ଜଣାପଡ଼ିଛି।  ଅପରପକ୍ଷରେ ପୁରା ତଦନ୍ତ ଦାୟିତ୍ୱ ଭାର ନେଇଥିବା କ୍ରାଇମବ୍ରାଞ୍ଚ, ଡିଏଫ୍ଓ ଓ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀଙ୍କୁ ମଧ୍ୟ ପୁଣି ଥରେ ପଚରାଉଚରା କରିବ ବୋଲି ଜଣାପଡ଼ିଛି।  

କ୍ରାଇମବ୍ରାଞ୍ଚ ଡିଏସପି ଜ୍ଞାନରଞ୍ଜନ ମିଶ୍ରଙ୍କ ନେତୃତ୍ୱରେ ୩ ଜଣିଆ ଟିମ୍ ଗତକାଲି ସୌମ୍ୟଙ୍କ ସରକାରୀ କ୍ୱାର୍ଟରରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି। ତଦନ୍ତରେ ସହାୟତା ପାଇଁ ଏକ ୬ ଜଣିଆ ବିଶେଷଜ୍ଞ ଟିମ୍ ରହିଛି।ଯେଉଁଥିରେ ଅଛନ୍ତି ଫିଙ୍ଗର୍ ପ୍ରିଣ୍ଟ ଏକ୍ସପର୍ଟ, ଫିଜିକ୍ସ, କେମେଷ୍ଟ୍ରି, ଭିଡିଓ ଓ ଷ୍ଟିଲ୍ ଫଟୋଗ୍ରାଫି ଏକ୍ସପର୍ଟ ଏବଂ ଅଗ୍ନିଶମ ବାହିନୀର ଫାୟାର ଏକ୍ସପର୍ଟ। ଏହି ଟିମ୍ ଗତକାଲି ସୌମ୍ୟଙ୍କ ମୃତଦେହ ମିଳିଥିବା କୋଠରୀରେ ତନ୍ନତନ୍ନ ଯାଞ୍ଚ କରି ନମୁନା ସଂଗ୍ରହ କରିଛି। ପ୍ରାୟ ୨ ଘଣ୍ଟା ଧରି ଏକ୍ସପର୍ଟ ଟିମ୍ ସେଠାରେ ଯାଞ୍ଚ କରିଥିଲା। 

Advertisment

ସୌମ୍ୟରଞ୍ଜନଙ୍କ ମୃତ୍ୟୁର ମାସେ ପରେ ବି କାହାରିକୁ ଏଯାଏଁ ଗିରଫ କରାଯାଇନଥିବାରୁ ସୌମ୍ୟଙ୍କ ଭାଇ ଅସନ୍ତୋଷ ପ୍ରକାଶ କରିବା ସହ ତଦନ୍ତକୁ ନେଇ କିଛି ପ୍ରଶ୍ନ ଉଠାଇଛନ୍ତି। ଏସବୁ ପ୍ରଶ୍ନ ଉଠାଇବା ସହ ଦୋଷୀଙ୍କୁ ଶୀଘ୍ର ଦଣ୍ଡ ଦେବାଲାଗି ସୌମ୍ୟଙ୍କ ଭାଇ ପୁଣିଥରେ ଦାବି କରିଛନ୍ତି। 

Odisha Crime Branch Soumya Ranjan Mohapatra Paralakhemundi ACF Death
Advertisment
Advertisment