ବହୁଚର୍ଚ୍ଚିତ ଏସିଏଫ ସୌମ୍ୟ ରଞ୍ଜନ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭରତୀ ପଣ୍ଡା, ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ହତ୍ୟା ଏବଂ
Also Read
ତେବେ ନିଆଁରେ ପୋଡ଼ି ହୋଇ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କର ଡାକ୍ତରଖାନାରେ ମୃତ୍ୟୁ ହୋଇଥିଲା । ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ପାରଳାଖେମୁଣ୍ଡି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଶରୀରର ୮୦ ପ୍ରତିଶତ ପୋଡିଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ପରେ ତାଙ୍କୁ ଅଧିକ ଚିକିତ୍ସା ପାଇଁ କଟକର ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା । ହେଲେ ତାଙ୍କର ମୃତ୍ୟଉ ହୋଇଥିଲା । ତେବେ ଘଟଣାର ଏତେ ଦିନ ପରେ ପୁଣି ଥରେ ମାମଲାର ଶୁଣାଣି ହେବା ଜଣାପଡିବା ପରେ ସୌମ୍ୟଙ୍କ ପରିବାରର ବଢିଛି ନ୍ୟାୟ ଆଶା ।