Advertisment

ୱାର୍ଡ ମେମ୍ବରଙ୍କ ମୁଣ୍ଡକୁ ପଥରରେ ଛେଚି ଦେଲେ ଥାନା ASI

ଏସମ୍ପର୍କରେ ରିପୋର୍ଟ ପାଇବା ପରେ ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କାଟେରିଆ ଏଏସ୍ଆଇ ନିରଞ୍ଜନ ମହାନ୍ତିଙ୍କୁ ନିଲମ୍ବନ କରିଛନ୍ତି ।

author-image
Satyendu Shekher Mishra
ଅଦ୍ୟତନ ହୋଇଛି
IIC

IIC

ଖୋର୍ଦ୍ଧା ଜଙ୍କିଆ ଥାନା ASI ନିରଞ୍ଜନ ମହାନ୍ତି ନିଲମ୍ବିତ । ୱାର୍ଡ ମେମ୍ବରଙ୍କୁ ଆକ୍ରମଣ ଅଭିଯୋଗ ପରେ ASIଙ୍କୁ ନିଲମ୍ବନ କରିଛନ୍ତି ଖୋର୍ଦ୍ଧା ଏସପି । ରବିବାର ଅପରାହ୍ନରେ ଏକ ମାମଲା ସମ୍ପର୍କରେ ବୁଝିବା ପାଇଁ ଜଙ୍କିଆ ପଞ୍ଚାୟତର ୱାର୍ଡ ମେମ୍ବର ନବ କିଶୋର ହରିଚନ୍ଦନ ଜଙ୍କିଆ ଥାନାକୁ ଯାଇଥିଲେ। ଥାନାର ଭାରପ୍ରାପ୍ତ ଅଧିକାରୀ ନଥିବାରୁ ନବ କିଶୋର ଥାନା ଫାଟକ ପାଖରେ ଠିଆ ହୋଇ ମୋବାଇଲରେ କଥା ହେଉଥିଲେ ।

Advertisment

ଏହି ସମୟରେ ହଠାତ୍ ଏଏସ୍ଆଇ ନିରଞ୍ଜନ ମହାନ୍ତି ତାଙ୍କ ମୁଣ୍ଡକୁ ଏକ ପଥରରେ ଛେଚି ଦେଇଥିବା ଅଭିଯୋଗ ହୋଇଛି। ଏନେଇ ଥାନା ପରିସରରେ ଉତ୍ତେଜନା ଦେଖାଦେଇଥିଲା। ପରେ ଜଙ୍କିଆ ଥାନାର ଭାରପ୍ରାପ୍ତ ଅଧିକାରୀ ପହଞ୍ଚି ବୁଝାସୁଝା କରିବା ସହିତ ଏଏସ୍ଆଇ ନିରଞ୍ଜନ ମହାନ୍ତିଙ୍କ ବିରୁଦ୍ଧରେ ଏତଲା ଗ୍ରହଣ କରିଥିଲେ । ଏସମ୍ପର୍କରେ ରିପୋର୍ଟ ପାଇବା ପରେ ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କାଟେରିଆ, ଏଏସ୍ଆଇ ନିରଞ୍ଜନ ମହାନ୍ତିଙ୍କୁ ନିଲମ୍ବନ କରିଛନ୍ତି ।

ASI Odisha Police
Advertisment
Advertisment