Advertisment

ଆଜି ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ

ଦିଲ୍ଲୀ ଏମସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିବା ବଳଙ୍ଗା ପୀଡ଼ିତାଙ୍କ ମୃତଦେହ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା। ଆଜି ସକାଳ ୯ଟାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ।

author-image
Niharika Routray
ଅଦ୍ୟତନ ହୋଇଛି
Balanga Victim Death

Balanga Victim Death

ଆଜି ହେବ ବଳଙ୍ଗା ପୀଡିତାଙ୍କର ଅନ୍ତିମ ସଂସ୍କାର। ଦିଲ୍ଲୀ ଏମସରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଥିବା ବଳଙ୍ଗା ପୀଡ଼ିତାଙ୍କ ମୃତଦେହ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବରରେ ପହଞ୍ଚିଥିଲା। ଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନରେ ପୀଡ଼ିତାଙ୍କ ପାର୍ଥିବ ଶରୀର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ବଳଙ୍ଗା ଥାନା ଅନ୍ତର୍ଗତ ପୈତୃକ ଗ୍ରାମ ବାୟାବରର ନୂଆ ଗୋପାଳପୁର ନିଆଯାଇଛି। ଆଜି ସକାଳ ୯ଟାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ସୂଚନା ମିଳିଛି।

Advertisment

ପ୍ରାୟ ୧୪ ଦିନ ଧରି ମରଣ ସହ ଲଢ଼ିବା ପରେ ଗତ ଶନିବାର ରାତିରେ ପୀଡ଼ିତା ଆଖି ବୁଜିଥିଲେ। ଗତକାଲି ସକାଳେ ଏମ୍ସରେ ତାଙ୍କ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଥିଲା।

ମରଶରୀର ଭୁବନେଶ୍ବର ଆଣିବା ଲାଗି ଦିଲ୍ଲୀସ୍ଥିତ ଆବାସିକ କମିସନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଥିବାବେଳେ ରାତି ପ୍ରାୟ ୯ଟା ସମୟରେ ମୃତଦେହ ଦିଲ୍ଲୀରୁ ଭୁବନେଶ୍ବର ଅଭିମୁଖେ ବାହାରିଥିଲା। ଆଇନଶୃଙ୍ଖଳା ପରିସ୍ଥିତିକୁ ନଜରରେ ରଖି ଭୁବନେଶ୍ବର ବିମାନବନ୍ଦର ବାହାରେ ଗୋଟିଏ ପ୍ଲାଟୁନ୍ ପୋଲିସ ମୁତୟନ କରାଯାଇଥିଲା। ଡିସିପି ଜଗମୋହନ ମୀନା ଓ ବରିଷ୍ଠ ପୁଲିସ ଅଧିକାରୀ ବିମାନବନ୍ଦରରେ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥା ତଦାରଖ କରିଥିଲେ।

Advertisment

ବିମାନବନ୍ଦରରେ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ପୀଡ଼ିତାଙ୍କ ଶେଷଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ପୀଡ଼ିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ପରିବାର ଲୋକଙ୍କୁ ସାନ୍ତ୍ବନା ଦେଇଥିଲେ। ଆଜି ତାଙ୍କ ଅନ୍ତିମ ସଂସ୍କାର ହେବ । ଏଥିପାଇଁ ଗାଁରେ କବର ଖୋଳା ସରିଛି। କୌଣସି ଅଘଟଣ ଆଶଙ୍କାରେ ଗାଁରେ ପୋଲିସ୍ ଫୋର୍ସ ମୁତୟନ ହୋଇଛନ୍ତି।

ଘଟଣା ଦିନରୁ ହିଁ ତିନି ଯୁବକ ବାଇକ୍ ରେ ଆସି ତାଙ୍କୁ ଜାଳି ଦେଇଥିବା ପୀଡ଼ିତା କହିଥିଲେ । ପୀଡ଼ିତାଙ୍କ ବୟାନ ଆଧାରରେ ପରିବାର ଲୋକ ଥାନାରେ ଏତଲା ଦେଇଥିଲେ । ତିନି ଦୁବୃର୍ତ୍ତ ଝିଅର ମୁହଁରେ ରୁମାଲ ବାନ୍ଧି କିରୋସିନ୍ ଢ଼ାଳି ନିଆଁ ଲଗାଇ ମାରିଦେବାକୁ ଉଦ୍ୟମ କରିଥିଲେ ବୋଲି ଦର୍ଶାଯାଇଥିଲା । ପୁଲିସ ସେହି ଆଧାରରେ ତଦନ୍ତ ଆରମ୍ଭ କରିଥିଲା ।

ବରିଷ୍ଠ ପୋଲିସ୍ ଅଧିକାରୀମାନେ ଘଟଣାର ତଦନ୍ତ କରି ପରିବାର ଲୋକଙ୍କ ସମେତ ଅନ୍ୟମାନଙ୍କୁ ପଚରାଉଚରା କରିଥିଲେ । ଭୁବନେଶ୍ବର ଏମ୍ସରେ ମାଜିଷ୍ଟ୍ରେଟଙ୍କ ସାମନାରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିଲା । ତାପରେ ଦିଲ୍ଲୀ ଏମ୍ସରେ ତଦନ୍ତକାରୀ ପୁଲିସ ଅଧିକାରୀ ବୟାନ ରେକର୍ଡ କରିଥିଲେ । ସେତେବେଳେ ପୀଡ଼ିତାଙ୍କ ବୟାନରେ ତାଳମେଳ ରହୁ ନ ଥିବା କୁହାଯାଉଥିଲା। କିନ୍ତୁ ଏବେ ପୁଲିସ କହିଛି ଏହି ଘଟଣାରେ କାହାର ସମ୍ପୃକ୍ତି ଥିବା ଜଣାପଡିନାହିଁ । ଯାହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି ।

Death
Advertisment
Advertisment