ଭିଜିଲାନ୍ସ ଜାଲରେ କନିଷ୍ଠ କିରାଣୀ, ୬ଟି ସ୍ଥାନରେ ରେଡ୍

ଭିଜିଲାନ୍ସ ଜାଲରେ ବାଲେଶ୍ୱର ଡିଇଓ ଅଫିସର କନିଷ୍ଠ କିରାଣୀ ପ୍ରଦୀପ ଦାସ। ପ୍ରଦୀପଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍।

Vigilance Scanner

ଭିଜିଲାନ୍ସ ଜାଲରେ କିରାଣି । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ପ୍ରଦୀପ ଦାସଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ବାଲେଶ୍ବରର ୬ଟି ସ୍ଥାନରେ ଏକ କାଳୀନ ଚଢ଼ାଉ ଚାଲିଛି । ଚଢ଼ାଉରେ ୨ ଜଣ ASP, ୪ଜଣ DSP ଓ ୭ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି ।

ଅଧିକ ପଢନ୍ତୁ: CHSE ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍; ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ...

ବାଲେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ ଜଜଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଇଛି। ବାଲେଶ୍ବର ଅଙ୍ଗାରଗାଡ଼ିଆରେ ଥିବା ତିନିମହଲା କୋଠା, ଖନ୍ତାପଡ଼ାରେ ଥିବା ପୈତୃକ ଘର, ସେରଗଡ଼ରେ ଥିବା ମାର୍କେଟ କଂପ୍ଲେକ୍ସ, ନୀଳଗିରି ଓ ଖନ୍ତାପଡ଼ାରେ ଥିବା ସଂପର୍କୀୟଙ୍କ ଘର, ବାଲେଶ୍ବର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ପ୍ରଦୀପ ଦାସଙ୍କ ଅଫିସ ରୁମରେ ଚଢ଼ାଉ କରାଯାଉଛି ।