Youth Death
ଭୁବନେଶ୍ବର ମାଷ୍ଟରକ୍ୟାଣ୍ଟିନର ଏକ ହୋଟେଲ୍ରେ ଯୁବତୀ ମୃତଦେହ ଉଦ୍ଧାର ହୋଇଛି । ଯୁବତୀଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ଶବକୁ ପୋଷ୍ଟମର୍ଟମ ପାଇଁ ପଠାଯାଇଛି । ମୃତ ଯୁବତୀ ବ୍ରହ୍ମଗିରି ଅଞ୍ଚଳର ବୋଲି ଜଣାପଡ଼ିଛି । ସେ ଭୁବନେଶ୍ୱରକୁ ଆସି ଏକ ମୋବାଇଲ କମ୍ପାନୀରେ କାମ କରୁଥିଲେ ।କିପରି ମୃତ୍ୟୁ ହୋଇଛି, ତାହା ଏବେବି ଅସ୍ପଷ୍ଟ ରହିଛି । ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି ।
ସୂଚନାଅନୁସାରେ, ଯୁବତୀ ଜଣଙ୍କ କମ୍ପାନୀ କାମରେ ନିଜର ସହକର୍ମୀଙ୍କ ସହ ଭୁବନେଶ୍ୱର ଆସିଥିଲେ। ହୋଟେଲର ଗୋଟିଏ ରୁମରେ ଯୁବତୀ ତାଙ୍କ ସହକର୍ମୀ ରହିଥିଲେ । ଆଜି ସକାଳେ ହୋଟେଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଥିଲା। ହେଲେ ଯୁବତୀଙ୍କ ସାଙ୍ଗରେ ଆସିଥିବା ସହକର୍ମୀଙ୍କର କୌଣସି ପତ୍ତା ମିଳୁନାହିଁ । ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲକୁ ପଠାଇଛି ।
ଅନ୍ୟପକ୍ଷରେ ଯୁବତୀଙ୍କୁ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ ଆଣିଛନ୍ତି । ପୋଲିସ ହୋଟେଲରେ ଲାଗିଥିବା ସିସିଟିଭିକୁ ଆଧାର କରି ଘଟଣାର ତଦନ୍ତ କରୁଛି । ଯୁବତୀଙ୍କୁ କିଏ ହତ୍ୟା କରିଛି ନା ଆଉ କିଛି କାରଣ ଅଛି ତା’ର କାରଣ ଜଣାପଡ଼ିନାହିଁ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1689222126.jpg)