/odishatv-khabar/media/post_attachments/uploadimage/library/16_9/16_9_0/IMAGE_1712635051.jpg)
ମହିଳା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ
ରାଜଧାନୀରେ ରାଜ୍ୟସ୍ତରୀୟ ମହିଳା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ। ଭୁବନେଶ୍ବର ପୁରୁଣା BMC ଅଫିସ୍ ପଛ ହଷ୍ଟେଲରୁ ତାଙ୍କର ମୃତଦେହ ଉଦ୍ଧାର ହୋଇଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହୋଇନାହିଁ । ମୃତକ ହେଲେ ପୁରୀ ଜିଲ୍ଲା ଡେଲାଙ୍ଗ ଜଗଦଳପୁରର ସରୋଜିନୀ ସୁନ୍ଦରା ।
Advertisment
ଭୁବନେଶ୍ୱର କୋର୍ଟ ପଛପଟେ ଥିବା ହରିହର ବିଦ୍ୟାପୀଠ ନିକଟସ୍ଥ ଏକ ଭଡ଼ାଘରୁ ତାଙ୍କର ଝୁଲନ୍ତା ମୃତ ଦେହ ମିଳିଛି। ବରଗଡ଼ ଥାନା ପୋଲିସ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।
#Bhubaneswar: Body of girl found hanging in a private hostel near old BMC office; suicide or murder yet to be ascertained, police begin probe #Odisha
— OTV (@otvnews) April 9, 2024
Advertisment
ସେପଟେ ଶବ ବ୍ୟବଚ୍ଛେଦ ପାଈଁ କ୍ୟାପିଟାଲ ହସ୍ପିଟାଲ ପଠେଇଛି ପୋଲିସ । ସରୋଜିନୀ ରାଜ୍ୟସ୍ତରୀୟ ବକ୍ସିଂ ଓ ଖେଖୋ ଖେଳାଳି । ସରୋଜିନୀ କଟକ ରୋଡ୍ରେ ଏକ ବାଇକ୍ ସୋ-ରୁମ୍ରେ ଚାକିରି କରୁଥିଲେ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)