Advertisment

ମହିଳା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ; ହଷ୍ଟେଲରୁ ଉଦ୍ଧାର ହେଲା ଝୁଲନ୍ତା ମୃତଦେହ...

ରାଜ୍ୟସ୍ତରୀୟ ମହିଳା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ । ଘରୋଇ ହଷ୍ଟେଲରୁ ଝୁଲନ୍ତା ମୃତଦେହ ଉଦ୍ଧାର । ଭୁବନେଶ୍ବର ପୁରୁଣା BMC ଅଫିସ୍ ପଛ ହଷ୍ଟେଲରୁ ମିଳିଲା ମୃତଦେହ ।

ଅଦ୍ୟତନ ହୋଇଛି
State level Woman Athlete Death

ମହିଳା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ

Advertisment

ରାଜଧାନୀରେ ରାଜ୍ୟସ୍ତରୀୟ ମହିଳା ଖେଳାଳିଙ୍କ ସନ୍ଦେହଜନକ ମୃତ୍ୟୁ। ଭୁବନେଶ୍ବର ପୁରୁଣା BMC ଅଫିସ୍ ପଛ ହଷ୍ଟେଲରୁ ତାଙ୍କର ମୃତଦେହ ଉଦ୍ଧାର ହୋଇଛି । ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହୋଇନାହିଁ । ମୃତକ ହେଲେ ପୁରୀ ଜିଲ୍ଲା ଡେଲାଙ୍ଗ ଜଗଦଳପୁରର ସରୋଜିନୀ ସୁନ୍ଦରା । 

Advertisment

ଭୁବନେଶ୍ୱର କୋର୍ଟ ପଛପଟେ ଥିବା ହରିହର ବିଦ୍ୟାପୀଠ ନିକଟସ୍ଥ ଏକ ଭଡ଼ାଘରୁ ତାଙ୍କର ଝୁଲନ୍ତା ମୃତ ଦେହ ମିଳିଛି। ବରଗଡ଼ ଥାନା ପୋଲିସ ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି । 

Advertisment

ସେପଟେ ଶବ ବ୍ୟବଚ୍ଛେଦ ପାଈଁ କ୍ୟାପିଟାଲ ହସ୍ପିଟାଲ ପଠେଇଛି ପୋଲିସ । ସରୋଜିନୀ ରାଜ୍ୟସ୍ତରୀୟ ବକ୍ସିଂ ଓ ଖେଖୋ ଖେଳାଳି । ସରୋଜିନୀ କଟକ ରୋଡ୍‌ରେ ଏକ ବାଇକ୍ ସୋ-ରୁମ୍‌ରେ ଚାକିରି କରୁଥିଲେ ।

Odisha News
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ