Advertisment

ପରୀକ୍ଷା ଚାପ ନା ଆଉ କ’ଣ ? ହଷ୍ଟେଲ୍‌ ରୁମ୍‌ରେ ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ଝୁଲନ୍ତା ମୃତଦେହ

ମ୍ୟାଟ୍ରିକ ପରୀକ୍ଷାର୍ଥୀଙ୍କ ସନ୍ଦେହ ଜନକ ମୃତ୍ୟୁ। ବଲାଙ୍ଗିର ବିଶ୍ୱତ୍ମା ବିଦ୍ୟାମନ୍ଦିର ହଷ୍ଟେଲ ଭିତରେ ଜଣେ ମ୍ୟାଟ୍ରିକ ପରୀକ୍ଷାର୍ଥୀଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି।

author-image
Manoranjan Behera
ଅଦ୍ୟତନ ହୋଇଛି
Student Death

Student Death

ପରୀକ୍ଷା ଚାପରେ ଆତ୍ମହତ୍ୟା କଲେ କି ଦଶମ ଛାତ୍ର? ମ୍ୟାଟ୍ରିକ ପରୀକ୍ଷାର୍ଥୀଙ୍କ ସନ୍ଦେହ ଜନକ ମୃତ୍ୟୁ। ବଲାଙ୍ଗିର ବିଶ୍ୱତ୍ମା ବିଦ୍ୟାମନ୍ଦିର ହଷ୍ଟେଲ ଭିତରେ ଜଣେ ମ୍ୟାଟ୍ରିକ ପରୀକ୍ଷାର୍ଥୀଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି। ମୃତକ ହେଲେ ତାଲିଉଡ଼ ଗାଁର ଲିପୁନ ପ୍ରଧାନ। ହଷ୍ଟେଲ ଭିତରେ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।

Advertisment

ସ୍କୁଲ କର୍ତ୍ତୃପକ୍ଷ ତାଙ୍କୁ ହସପିଟାଲ ଆଣିଥିଲେ ମଧ୍ୟ, ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ବିନାୟକଙ୍କ ପରିବାର ଲୋକେ ମେଡିକାଲରେ ପହଞ୍ଚିଥିବା ବେଳେ ସେମାନେ ପୁଅର ଆତ୍ମହତ୍ୟା ଖବରକୁ ସହଜେ ବିଶ୍ୱାସ କରି ପାରୁନାହାନ୍ତି। ପୁଅକୁ କେହି ହତ୍ୟା କରିଥିବା ସେମାନେ ଅଭିଯୋଗ କରିଛନ୍ତି। ଏହାକୁ ନେଇ ହସ୍ପିଟାଲ ପରିସରରେ ଚାପା ଉତ୍ତେଜନା ଦେଖାଦେଇଛି। ଏହି ଘଟଣା ପରେ ମୃତ ଛାତ୍ରଙ୍କ ପରିବାର ସ୍କୁଲ କର୍ତ୍ତୃପକ୍ଷଙ୍କୁ ଏଥିପାଇଁ ଦାୟୀ କରିଛନ୍ତି।

ସେପଟେ ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଉଛନ୍ତି ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ। ବୋର୍ଡ ପକ୍ଷରୁ ୩ ହଜାର ୪୭ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଞ୍ଚଳର ୨୧ଟି ପୋଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି। ଆଜିଠୁ ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ମାର୍ଚ୍ଚ ୧୬ ତାରିଖରୁ ଖାତାଦେଖା ଆରମ୍ଭ ହୋଇ ୩୦ ତାରିଖରେ ସରିବ।

Advertisment

କପି ରୋକିବାକୁ ନୂଆ ଫର୍ମୂଲା ସ୍ୱରୂପ, ଏଥର ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା ହଲକୁ ପଶିବେ ପରୀକ୍ଷାର୍ଥୀ। ଅର୍ଥାତ୍ ସକାଳ ୯ ଟାରେ ପରୀକ୍ଷା ଥିବାବେଳେ ସାଢ଼େ ୭ରୁ ପରୀକ୍ଷା କେନ୍ଦ୍ରକୁ ଛଡାଯିବ ପରୀକ୍ଷାର୍ଥୀଙ୍କୁ। ୮ଟା ୧୫ ମିନିଟ୍ ପରେ ଆଉ କାହାକୁ ପ୍ରବେଶ ଅନୁମତି ମିଳିବନାହିଁ।

Student Death Odisha Matric Exam
Advertisment
Advertisment