Advertisment

ବରମୁଣ୍ଡା ନୂଆ ବସ୍‌ଷ୍ଟାଣ୍ଡରେ ବୋମାମାଡ଼

ଭୁବନେଶ୍ୱର ବରମୁଣ୍ଡା ନୂଆ ବସ୍‌ଷ୍ଟାଣ୍ଡରେ ବୋମାମାଡ଼ ହୋଇଛି। ହୋଟେଲ୍ ଉପରକୁ ଦୁଇଟି ବୋମାମାଡ଼ ହୋଇଥିବା ଜଣାପଡ଼ିଛି।

ଅଦ୍ୟତନ ହୋଇଛି
Bombs Hurled in Baramunda New Bus Stand

Bombing in Baramunda

Advertisment

ଭୁବନେଶ୍ୱର ବରମୁଣ୍ଡା ନୂଆ ବସ୍‌ଷ୍ଟାଣ୍ଡରେ ବୋମାମାଡ଼ ହୋଇଛି। ଗତକାଲି ବିଳମ୍ବିତ ରାତିରେ ବୋମାମାଡ଼ ହୋଇଥିବା ସୂଚନା ମିଳିଛି। ହୋଟେଲ୍ ଉପରକୁ ଦୁଇଟି ବୋମାମାଡ଼ ହୋଇଥିବା ଜଣାପଡ଼ିଛି। ଦୁଇ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ବୋମାମାଡ଼ କରିଥିବା ଜଣାପଡ଼ିଛି।

Advertisment

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ୨ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏକ ହୋଟେଲରେ ପ୍ରଥମେ ଖାଇଥିଲେ। ଖାଇ ସାରିବା ପରେ ପଇସା ଦେବାକୁ ନେଇ ବଚସା ହୋଇଥିଲା। ପଇସା ନଦେବାକୁ କହି ହୋଟେଲ ମାଲିକଙ୍କୁ ଧମକ ଚମକ ଦେଇ ୨ ଦୁର୍ବୃତ୍ତ ସେଠାରୁ ପଳାଇଥିଲେ ।

ମାତ୍ର କିଛି ସମୟ ପରେ ପୁଣି ଥରେ ଆସି ହୋଟେଲ ଉପରକୁ ବୋମା ଫିଙ୍ଗି ଫେରାର ହୋଇଯାଇଥିଲେ। ବୋମାମାଡ଼ର ଦୃଶ୍ୟ ମଧ୍ୟ ସିସିଟିଭିରେ କଏଦ ହୋଇଛି। ବୋମାମାଡ଼ରେ ୩ ଜଣ ହୋଟେଲ କର୍ମଚାରୀ ଆହତ ହୋଇଛନ୍ତି। ଆହତଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖଣ୍ଡଗିରି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ କରିବା ସହ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। 

Advertisment
Bombing
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ