/odishatv-khabar/media/post_attachments/uploadimage/library/16_9/16_9_0/IMAGE_1664449899.jpg)
Mohammed Moquim
ବଡ଼ ଖବର । ମୋକିମ୍ଙ୍କୁ ଜେଲ୍ । ଦିନେ କି ଦୁଇ ଦିନ ନୁହେଁ ଏକ ଥରକେ ୩ ବର୍ଷ ଜେଲ୍ । କଟକ ବାରବାଟି ବିଧାୟକ ତଥା ମେଟ୍ରୋ ବିଲଡର୍ସ ଏମଡି ମହମ୍ମଦ ମୋକିମ୍ ଙ୍କୁ ୩ ବର୍ଷ ଜେଲ୍ ।ORHDC ଦୁର୍ନୀତି ମାମଲାରେ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଭିଜିଲାନ୍ସ କୋର୍ଟ । ଖାଲି ସେତିକି ନୁହେଁ ମୋକିମ୍ଙ୍କ ସହ ପୂର୍ବତନ IAS ବିନୋଦ କୁମାରଙ୍କୁ ମଧ୍ୟ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଭିଜଲାନ୍ସ କୋର୍ଟ ।
Advertisment
ଏହି ଘଟଣାରେ କଂପାନୀ ସେକ୍ରେଟାରୀ ସ୍ୱସ୍ତିରଂଜନ ମହାନ୍ତିଙ୍କୁ ମଧ୍ୟ ୩ ବର୍ଷ ଜେଲ୍ ଦଣ୍ଡାଦେଶ । ଏହାସହ ମେଟ୍ରୋ ବିଲଡର୍ସର ନିର୍ଦ୍ଦେଶକ ପୀୟୂଷ ମହାନ୍ତିଙ୍କୁ ବି ୩ ବର୍ଷ ଜେଲ୍ । ସମସ୍ତ ୪ ଜଣଙ୍କୁ ଜେଲ୍ ସହ ୫୦ ହଜାର ଲେଖାଏଁ ଜରିମାନା ଆଦେଶ ଦେଇଛନ୍ତି ଭିଜିଲାନ୍ସ କୋର୍ଟ । ଅନୁଚିତ ଅନୁଗ୍ରହ ଦେଖାଇ ଋଣ ଦେବା ମାମଲାରେ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ । ORHDC ଏମ୍ଡି ଥିବା ବେଳେ ଋଣ ଦେଇଥିଲେ ବିନୋଦ କୁମାର । ମେଟ୍ରୋ ବିଲଡର୍ସକୁ ୧୫୦ ଲକ୍ଷ ଟଙ୍କାର ଋଣ ଦେଇଥିଲା ORHDC ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)