Cameraman Manas Swain Murder Case
ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାର ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି। ପୋଲିସ୍ ହାତରେ ଗୋଟିଏ ପରେ ଗୋଟିଏ ନୂଆ ତଥ୍ୟ ଲାଗୁଛି। ଏସବୁ ଭିତରେ ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ନେଇଛି। ଡିଜିପିଙ୍କ ନିର୍ଦ୍ଦେଶ କ୍ରମେ ଏହାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ ନେଇଛି। ଏନେଇ କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି।
ମାନସ ସ୍ୱାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ କାର୍ ଠାବ ହୋଇଛି। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍କାଏ ଟାୱାର ଆପାର୍ଟମେଣ୍ଟ ଗ୍ୟାରେଜରୁ ସଂପୂର୍ଣ୍ଣ ୱେବ ଚ୍ୟାନେଲ ମାଲିକାଣୀ ଶର୍ମିଷ୍ଠାଙ୍କ କାର୍ ମିଳିଛି। ଏସବୁ ଭିତରେ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି।
ଶର୍ମିଷ୍ଠାଙ୍କ କାର୍ରେ ମାନସଙ୍କୁ ଅପହରଣ କରାଯାଇଥିଲା। ଅପହରଣ ସହ ମୃତଦେହକୁ ବି ଏହି କାର୍ରେ ନୟାଗଡ଼ ନିଆଯାଇଥିଲା। ଏହାପରେ ମୃତଦେହ ନୟାଗଡ଼ରେ ପୋତି ଦିଆଯାଇଥିଲା। ଏଥିପାଇଁ ଶର୍ମିଷ୍ଠାଙ୍କ କାର୍ ବ୍ୟବହାର ହୋଇଥିବା ଭଦ୍ରକ ଜିଲ୍ଲା ମତୋ ଫାଣ୍ଡି ଅଧିକାରୀ ସ୍ପଷ୍ଟ କରିଛନ୍ତି।
ସେ କହିଛନ୍ତି, ଅପହରଣ ବେଳେ ଶର୍ମିଷ୍ଠା ଗାଡ଼ି ଚଳାଉଥିଲେ। ତାଙ୍କ ସହ ଆଉ ଜଣେ ମଧ୍ୟ ଥିଲେ। ଶର୍ମିଷ୍ଠାଙ୍କ ମୋବାଇଲ ସ୍ୱିଚ୍ ଅଫ୍ ଅଛି, ତାଙ୍କୁ ଖୋଜା ଚାଲିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1648029177.jpg)