୨୦୨୨ JEE ମେନ୍ ପରୀକ୍ଷାରେ ଜଣଙ୍କର ତ୍ରୁଟିପୂର୍ଣ୍ଣ ମାର୍କସିଟ୍ ମାମଲାରେ ସିବିଆଇ ତଦନ୍ତ ନିର୍ଦ୍ଦେଶ। ସିବିଆଇ ତଦନ୍ତ ଲାଗି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ପରୀକ୍ଷାର୍ଥୀ ଅଂଶୁମାନ କାନୁନଗୋଙ୍କ ଆବେଦନ ଗ୍ରହଣ କରି ମାର୍କସିଟ୍ ଉପରେ ତଦନ୍ତ ଲାଗି ନିର୍ଦ୍ଦେଶ ଦିଆଯାଇଛି । ମାର୍କସିଟ୍କୁ ତ୍ରୁଟିପୂର୍ଣ୍ଣ ଦର୍ଶାଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ଅଂଶୁମାନ । ୪ ମାସ ମଧ୍ୟରେ ତଦନ୍ତ ସାରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।