Advertisment

ଆତ୍ମସମର୍ପଣ କଲେ ଯାଜପୁରର ଚର୍ଚ୍ଚିତ ୟୁଟ୍ୟୁବର ଦମ୍ପତି

ବନ୍ୟ ଜନ୍ତୁ ରଖିବା ସହିତ ସେମାନଙ୍କ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ସେୟାର କରିବା ଭଳି ସଙ୍ଗିନ ଅଭିଯୋଗ ଉଭୟ ମୋନାଲିସା ଏବଂ ତାଙ୍କ ସ୍ୱାମୀଙ୍କ ବିରୋଧରେ ରହିଛି।

Odisha Youtuber Arrest

Odisha Youtuber Arrest

Advertisment

ୟୁଟ୍ୟୁବର ଦମ୍ପତିଙ୍କ ଆତ୍ମସମର୍ପଣ। ଯାଜପୁର ଜିଲ୍ଲାର ଚର୍ଚ୍ଚିତ ୟୁଟ୍ୟୁବର ମୋନାଲିସା ଭଦ୍ର ଓ ତାଙ୍କ ସ୍ୱାମୀ ଯାଜପୁର ରୋଡ଼ ବନ ବିଭାଗ କାର୍ଯ୍ୟାଳୟରେ ଆତ୍ମସମର୍ପଣ କରିଛନ୍ତି। ଗତ ୨୪ ତାରିଖରେ ବନ୍ୟ ଆଇନ ଉଲଂଘନ କରିବା ଅଭିଯୋଗରେ ବନ ବିଭାଗର ଦୁଇଟି ଟିମ ଯାଜପୁର ବ୍ଲକ ଜହଳ ଗାଁ ସ୍ଥିତ ଭଦ୍ର ଦମ୍ପତିଙ୍କ ଘରେ ଚଢ଼ାଉ କରିଥିଲେ।

Advertisment

ବନ୍ୟ ଜନ୍ତୁ ରଖିବା ସହିତ ସେମାନଙ୍କ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ସେୟାର କରିବା ଭଳି ସଙ୍ଗିନ ଅଭିଯୋଗ ଉଭୟ ମୋନାଲିସା ଏବଂ ତାଙ୍କ ସ୍ୱାମୀଙ୍କ ବିରୋଧରେ ରହିଛି। ବନ ବିଭାଗ ପକ୍ଷରୁ ଚଢ଼ାଉ ନେଇ ଖବର ପାଇ ଉଭୟ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ। ତେବେ ଗତ ରାତିରେ ମୋନାଲିସା ଭଦ୍ର ଓ ତାଙ୍କ ସ୍ୱାମୀ ଆତ୍ମସମର୍ପଣ କରିଛନ୍ତି। ଚଢ଼ାଉ କରି ବନ ବିଭାଗ ପକ୍ଷରୁ ଏକ ମାଙ୍କଡ଼କୁ ଜବତ କରି ଯାଜପୁର ରୋଡ ବନ ବିଭାଗ କାର୍ଯ୍ୟାଳୟକୁ ଅଣାଯାଇଛି।

ମୋନାଲିସା କେତେବେଳେ ମାଙ୍କଡ଼ଙ୍କୁ ଖାଇବାକୁ ଦେଇଥିଲେ ତ ଆଉ କେତେବେଳେ ସାପ ଧରି ନଚାଉଥିଲେ। ଆଉ କେତେବେଳେ ଘୋଡା ପିଠିରେ ବସି ବୁଲୁଥିଲେ। ଯାହାର ଭିଡିଓ ଓ ଫଟୋକୁ ନିଜ ୟୁଟ୍ୟୁବ ଏବଂ ସୋଶାଲ ମିଡ଼ିଆରେ ପୋଷ୍ଟ କରୁଥିଲେ। ଏଥିପାଇଁ ସେମାନେ ମାଲାମାଲ ହେଉଥିଲେ। 

Advertisment

ମୋନାଲିସା ଆତ୍ମସମର୍ପଣ କରିବା ପରେ ଯାଜପୁର ରୋଡ୍‌ ବନଖଣ୍ଡର ରେଞ୍ଜ ଅଫିସର ଜ୍ୟୋତି ରଂଜନ ମହାପାତ୍ର କହିଛନ୍ତି, ଭଦ୍ର ଦମ୍ପତି ଆଇନକୁ ମାନି ଆତ୍ମସର୍ମପଣ କରିଛନ୍ତି। ଏହି ଘଟଣାରେ ଏସିଏଫ୍ ତଦନ୍ତ କରୁଛନ୍ତି। ଏସିଏଫ୍ ତଦନ୍ତ କରିବା ପରେ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Forest Department Arrest Odisha Youtuber
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ