• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

ପୂର୍ବତନ ଅତିରିକ୍ତ ଏସପି ତ୍ରିନାଥ ମିଶ୍ରଙ୍କୁ ମିଳିଲା ଜାମିନ । ସର୍ତ୍ତ ମୂଳକ ଜାମିନ ପ୍ରଦାନ କରିଛନ୍ତି କଟକ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତ । ୬୦ ଦିନ ମଧ୍ୟରେ ଚାର୍ଜସିଟ ଦାଖଲ ନ ହେବାରୁ ଏହି ଜାମିନ ମିଳିଛି । ଫେବୃଆରୀ ୧୬ରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିଲେ ତ୍ରିନାଥ ମିଶ୍ର ।

ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଥିଲା । ପରେ ରାଜ୍ୟ ସରକାର ତାଙ୍କୁ ବାଧ୍ୟତାମୂଳକ ଅବସର ମଧ୍ୟ ଦେଇଥିଲେ । ତେବେ ଜାମିନରେ ଅନ୍ୟାନ୍ୟ ସର୍ତ୍ତ ମଧ୍ୟ ରଖିଛନ୍ତି ଭିଜିଲାନ୍ସ କୋର୍ଟ ।

ଫେବୃଆରୀ ୧୫ ତାରିଖରେ ଶ୍ରୀ ମିଶ୍ରଙ୍କ ତୁଳସୀପୁର ଅଫିସ୍ ଓ ସରକାରୀ ବାସଭବନ ସମେତ ୧୧ ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ହୋଇଥିଲା। ଏଥିରେ ଭିଜିଲାନ୍ସ ତାଙ୍କର ମୋଟ ୧୧ କୋଟି ୨ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ କରିଥିଲା। ସେଥିରୁ ୮ କୋଟି ୬ ଲକ୍ଷ ଆୟ ବର୍ହିଭୂତ ସମ୍ପତ୍ତି ଥିଲା।

ଶ୍ରୀ ମିଶ୍ରଙ୍କ ଠାରୁ ୧ କୋଟି ୧୦ ଲକ୍ଷ ଟଙ୍କାର ଏକ ବିଏମଡବ୍ଲୁ କାର ସହିତ ୧୭ ଲକ୍ଷର ହୁଣ୍ଡାଇ କ୍ରେଟା କାର, ମାରୁତି ବାଲେନୋ କାର୍, ସେଭ୍ରୋଲେ ଟ୍ରେଲବ୍ଲେଜର କାର୍ ଏବଂ ୫.୩ ଲକ୍ଷର GTR 250 ହୋସୁଙ୍ଗ ବାଇକ, ୧ ଲକ୍ଷ ୭୫ ହଜାର ଟଙ୍କା ମୂଲ୍ୟର ବୁଲେଟ ଓ ୨୦ ଲକ୍ଷ ଟଙ୍କାର ଟ୍ରମ୍ଫ ରକେଟ ବାଇକ୍ ଜବତ କରାଯାଇଥିଲା। ଏହି ଘଟଣାରେ ଶ୍ରୀମିଶ୍ରଙ୍କ ପତ୍ନୀ ଦୀପ୍ତିମୟୀଙ୍କ ନାଁରେ ମଧ୍ୟ ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ ହୋଇଛି।