Advertisment

Naba Das Murder Mystery: ନୂଆମୋଡ଼ ନେଇପାରେ ନବ ଦାସ ହତ୍ୟା ମାମଲା; ଦୀପାଳି ଓ ବିଶାଳଙ୍କୁ ନୋଟିସ

ଚଳିତ ସପ୍ତାହରେ ହାଜର ଦେବାକୁ ଦୀପାଳି ଦାସ୍ ଓ ବିଶାଳ ଦାସଙ୍କୁ ନୋଟିସ୍ ଜାରି କରିଛି କ୍ରାଇମବ୍ରାଞ୍ଚ। ଚଳିତ ସପ୍ତାହରେ କୌଣସି ଦିନ ହାଜର ହେବାକୁ ନୋଟିସ୍ କରାଯାଇଛି। କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ କିଛି ଆପତ୍ତି ଥିଲେ ଉଭୟ ଜଣାଇପାରିବେ। ଉଭୟଙ୍କ ବୟାନ ମାମଲାକୁ ଦେଇପାରେ ନୂଆମୋଡ଼ ।

ଅଦ୍ୟତନ ହୋଇଛି
undefined

Naba Das

Advertisment

ପୁଣି ଖୋଲିଲା ଦିବଙ୍ଗତ ପୂର୍ବତନ ମନ୍ତ୍ରୀ ତଥା ପଶ୍ଚିମ ଓଡ଼ିଶାର ଜଣାଶୁଣା ରାଜନେତା ନବ କିଶୋର ଦାସଙ୍କ ହତ୍ୟା ମାମଲା ଡାଏରୀ । ପୁଣି ଘାଣ୍ଟିବ କ୍ରାଇମବ୍ରାଞ୍ଚ । ନବ ଦାସଙ୍କ ପୁଅ ଝିଅଙ୍କୁ ନୋଟିସ୍ କରିଛି କ୍ରାଇମବ୍ରାଞ୍ଚ।

Advertisment

ଚଳିତ ସପ୍ତାହରେ ହାଜର ଦେବାକୁ ଦୀପାଳି ଦାସ୍ ଓ ବିଶାଳ ଦାସଙ୍କୁ ନୋଟିସ୍ ଜାରି କରିଛି କ୍ରାଇମବ୍ରାଞ୍ଚ। ଚଳିତ ସପ୍ତାହରେ କୌଣସି ଦିନ ହାଜର ହେବାକୁ ନୋଟିସ୍ କରାଯାଇଛି। କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ କିଛି ଆପତ୍ତି ଥିଲେ ଉଭୟ ଜଣାଇପାରିବେ। ଉଭୟଙ୍କ ବୟାନ ମାମଲାକୁ ଦେଇପାରେ ନୂଆମୋଡ଼ ।

ଏବେ ବି ନବ ଦାସ ହତ୍ୟା ମାମଲାର ତଦନ୍ତ ଓପନ୍ ଥିବା କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ବିନୟତୋଷ ମିଶ୍ର । ପୂର୍ବରୁ ସିବିଆଇ ତଦନ୍ତ ପାଇଁ ରାଜ୍ୟ ସରକାରଙ୍କୁ କହିଥିଲେ ଦୀପାଳି । ପରିବାର ସହ ଆଲୋଚନା କରି ଏଥିପାଇଁ ଲିଖିତ ଭାବେ ଦେବାକୁ ବି ଦୀପାଳି କହିଥିଲେ ।

Advertisment

ଅଧିକ ପଢ଼ନ୍ତୁ: ନବ ଦାସ ହତ୍ୟା ରହସ୍ୟ, ସିବିଆଇ ତଦନ୍ତ ଦାବି ପରେ ପୁଣି ରାଜନୈତିକ ଉଷ୍ଣତା

ସୂଚନାଯୋଗ୍ୟ, ୨୦୨୩ ମସିହା ଜାନୁଆରୀ ୨୯ ତାରିଖରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗରର ଗାନ୍ଧି ଛକରେ ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ନବ ଦାସଙ୍କ ଉପରକୁ ଗୁଳି ମାଡ଼ କରାଯାଇଥିଲା। ତାଙ୍କୁ ପ୍ରଥମେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଏୟାର ଲିଫ୍ଟ କରି ଭୁବନେଶ୍ୱର ଆଣି ଆପୋଲୋ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। tସେଠାରେ ଚିକିତ୍ସାଧୀନ ଅବସ୍ଥାରେ ନବ ଦାସଙ୍କର ମୃତ୍ୟୁ ଘଟିଥିଲା।   

Advertisment

ନବ ଦାସ ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ବ୍ରଜରାଜନଗର ଯାଇଥିଲେ। କାର୍ଯ୍ୟକ୍ରମ ସ୍ଥଳ ନିକଟରେ ସେ ଗାଡ଼ିରୁ ଓହ୍ଲାଇବା ମାତ୍ରେ ତାଙ୍କ ଉପରକୁ ଗୁଳି ମାଡ଼ ହୋଇଥିଲା। ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ତାଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା। ବ୍ରଜରାଜନଗରର ଗାନ୍ଧି ଛକ ପୁଲିସ ଆଉଟପୋଷ୍ଟରେ ଏଏସ୍‌ଆଇ ଗୋପାଳ ଦାସ ତାଙ୍କ ଉପରକୁ ଗୁଳି କରିଥିଲା। ଏହି ଲୋମହର୍ଷଣକାରୀ ହତ୍ୟାକାଣ୍ଡର ଏକମାତ୍ର ଅଭିଯୁକ୍ତ ଗୋପାଳ ଏବେ ଜେଲରେ ଅଛି। ଏବଂ  ମାମଲା ଏବେ ନ୍ୟାୟାଳୟରେ ବିଚାରାଧୀନ ଅଛି।

ଅଧିକ ପଢ଼ନ୍ତୁ: ନବ ଦାସ ହତ୍ୟା ମାମଲାକୁ ନେଇ ପୁଣି ତେଜିଲା ରାଜନୀତି, ଦୀପାଳିଙ୍କ କୋର୍ଟକୁ ବଲ୍ ପିଙ୍ଗିଲେ ଆଇନ ମନ୍ତ୍ରୀ

Crime Branch Naba Das Naba Kishore Das
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ