• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Sarbeswar

News Highlights

  • ରାଜଧାନୀରେ ଡବଲ ମର୍ଡର

  • ସ୍ତ୍ରୀ ଓ ପୁଅକୁ ହତ୍ୟା କଲା

ଭୁବନେଶ୍ୱର: ଦିନକୁ ଦିନ ବିଗୁଡୁଛି ରାଜଧାନୀର ଆଇନଶୃଙ୍ଖଳା ବ୍ୟବସ୍ଥା। ଆଜି ରାଜଧାନୀ ଉପକଣ୍ଠ କଳିଙ୍ଗନଗରରେ ଏକ ଡବଲ ମର୍ଡର ଘଟଣା ସାମ୍ନାକୁ ଆସିଛି। ତମାଣ୍ଡୋ ଥାନା ଅଧିନ କଳିଙ୍ଗ ନଗର କେ. ଫୋର୍ ଅଞ୍ଚଳରେ ଏକ ଘର ଭିତରୁ ମାଆ ଓ ପୁଅଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳାଙ୍କ ନାଁ ସ୍ୱର୍ଣ୍ଣଲତା ମଙ୍ଗରାଜ। ସ୍ୱର୍ଣ୍ଣଲତା ଓ ତାଙ୍କ ୯ ବର୍ଷର ପୁଅକୁ ତଣ୍ଟି ଚିପି ହତ୍ୟା କରିବା ପରେ ଘଟଣାସ୍ଥଳରୁ ଫେରାର ମାରିଥିଲା ମହିଳାଙ୍କ ସ୍ୱାମୀ ଅବନ୍ତୀ ମଙ୍ଗରାଜ।

ତେବେ ପରେ ତାକୁ ଅଟକ ରଖାଯାଇଥିବା ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି। ଅଭିଯୁକ୍ତ ଅବନ୍ତୀ ମଙ୍ଗରାଜ, ପତ୍ନୀ ଓ ପୁଅକୁ ହତ୍ୟା କରିଥିବା ନେଇ ପୋଲିସ ଆଗରେ ମାନିଥିବା ଡିସିପି କହିଛନ୍ତି। ଘଟଣାସ୍ଥଳରେ ଡିସିପିଙ୍କ ସହ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଅଛନ୍ତି। ତେବେ ଅବନ୍ତୀ କଣ ପାଇଁ ଏ ହତ୍ୟାକାଣ୍ଡ ଘଟାଇଲା ସେ ନେଇ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।