/odishatv-khabar/media/post_attachments/uploadimage/library/16_9/16_9_0/IMAGE_1695696969.jpg)
Husband Wife Death
ଗଜପତି ଜିଲ୍ଲା ଅଡବାରେ ଚାଞ୍ଚଲ୍ୟ । ଗତକାଲି ରାତିରେ ଦୁବୃତ୍ତମାନେ ଘରେ ପଶି ଦୁଇଜଣଙ୍କୁ ହତ୍ୟା କରିଛନ୍ତି । ଦୁର୍ବତ୍ତମାନେ କପିଳେନ୍ଦ୍ର ମଲ୍ଲିକଙ୍କ ଘରେ ପଶି ତାଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଥିଲେ । ଖବର ପାଇ ତାଙ୍କ ସ୍ତ୍ରୀ ସସ୍ମିତା ମଲ୍ଲିକ ଘରକୁ ଯାଉଥିବା ବେଳେ ତାଙ୍କୁ ମଧ୍ୟ ଗୋଡାଇ ଗୋଡାଇ ଆକ୍ରମଣ କରିଥିଲେ ।
Advertisment
ଆକ୍ରମଣ ପରେ ସ୍ୱାମୀ, ସ୍ତ୍ରୀ ଦୁଇ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ପୋଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛି । ଗତ ଫେବୃୟାରୀ ମାସରେ ମଧ୍ୟ କପିଳେନ୍ଦ୍ରଙ୍କ ଉପରକୁ ଗୁଳିମାଡ ହୋଇଥିଲା । ଗୁଣିଗାରେଡି ସନ୍ଦେହରେ ତାଙ୍କ ଉପରକୁ ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଥିଲା । କେଉଁ କାରଣ ପାଇଁ ଦୁର୍ବତ୍ତମାନେ ଦୁଇଜଣଙ୍କୁ ହତ୍ୟା କରିଛନ୍ତି ସେ ସମ୍ପର୍କରେ ଜଣାପଡିନାହିଁ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)